ଜଟିଳ ହେଉଛି ଧାଡ଼ିଆମ୍ବ ଘଟଣା, ଗିରଫ ସ୍ବାମୀ ଙ୍କ ସ୍ତ୍ରୀ ମୃତ। ପୋଲିସ୍ ମାଡ ମାରିଥିବା ଅଭିଯୋଗ।

ପାତ୍ରପୁର,୨୪/୦୨
ଜରଡ଼ା ଥାନା ଅନ୍ତର୍ଗତ ଧାଡ଼ି ଆମ୍ବ ଗ୍ରାମର ରାହାସ ଶବର ର ମୃତ୍ୟୁ ପୋଲିସ୍ ମାଡ଼ ରେ ମୃତ୍ୟୁ ହୋଇଥିବା ନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ପରିବାର ବର୍ଗ। ଘଟଣା ରୁ ପ୍ରକାଶ ଯେ ଗତକାଲି ପାତ୍ରପୁର ବି ଡି ଓ ପ୍ରକାଶ ଚନ୍ଦ୍ର ଦାସ କୁ ଭୋଟର ତାଲିକା ରେ ନାମ ନ ଥିବା ପ୍ରତିବାଦ ରେ ଧାଡ଼ିଆମ୍ବ ଗ୍ରାମବାସୀ ଅପହରଣ କରିଥିଲେ। ପୋଲିସ୍ ଏହି ବିଷୟ କୁ ନେଇ ଦୁଇ ଜଣକୁ ଗିରଫ କରିଥିଲା। ଚକରା ଶବର କୁ ଗିରଫ କଲାବେଳେ ରାହାସ ଶବର ପ୍ରତିରୋଧ କରିବାରୁ ପୋଲିସ୍ ମାଡ ମାରିବା ସହ ରାହାସ ର ଛାତିକୁ ମାରିଥିବା ନେଇ ଚକରା ର ଭାଇ ଖଲି ଶବର ଜରଡ଼ା ଥାନା ରେ ଅଭିଯୋଗ କହିଛନ୍ତି। ଏପଟେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀ ଙ୍କ କଲମ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଧାଡ଼ି ଆମ୍ବ ରେ ରାହାସ ର ମୃତ୍ୟୁ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ର କାରଣ ସାଜିଛି। ଏ ନେଇ ଜରଡ଼ା ଥାନା ରେ ଏକ ଅପମୃତ୍ୟୁ ମାମଲା କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣା ପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି ଆଇଆଇସି ଭାବା ନନ୍ଦ ପ୍ରଧାନ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *