ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର I

ଫୋକସ ପ୍ଲସ 18/5/22 (ସୁବର୍ଣ୍ଣପୁର) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୫ ଗୋଟି ଓ ସାମୁହିକ ଦରଖାସ୍ତ ୨୦ ଗୋଟି  ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ୭୫ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୯ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୬ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବି ଡି ଓ,ତରଭା ଶ୍ରୀ ବିନୟ ପଟେଲ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ପ୍ରକଳ୍ପ ନିର୍ଦେଶକ, ଡି ଆର ଡି ଏ -ଶ୍ରୀ ଡୋଳାମଣି ପଟେଲ,ଉପ ଜିଲ୍ଲାପାଳ, ସୋନପୁର ଶ୍ରୀ ନିହାର ରଞ୍ଜନ କଁହର , ବ୍ଲକ ଅଧ୍ୟକ୍ଷ ତରଭା ଶ୍ରୀ ସରୋଜ କୁମାର କମ୍ପ,ବ୍ଲକ ଉପାଧକ୍ଷ – ଶ୍ରୀ ହେମନ୍ତ କୁଅଁର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Leave a Reply

Your email address will not be published. Required fields are marked *