ଆଜି ହୀରାକୁଦ ବନ୍ଧ ବିସ୍ଥାପିତ ପାଇବେ ପଟ୍ଟା, ମୁଖ୍ୟମନ୍ତ୍ରୀ କରିବେ ବଣ୍ଟନ

ଝାରସୁଗୁଡା: ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତ ପଟ୍ଟା ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିବେ ଜମିପଟ୍ଟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଓ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରଥମ ପର୍ୟ୍ୟାୟରେ ମୁଖ୍ୟମନ୍ତ୍ରୀ ୭ଟି ଗାଁର ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ କରିବେ । ଏହି ଗାଁ ଗୁଡିକ ହେଲା, ଲେମେଇତିକ୍ରା, ପାତ୍ରପଲ୍ଲୀ, ଛାଡରମା, ଦୁଆଁମୁଣ୍ଡା, ଲାଛିପାଲ୍ଲୀ, ସାହସବାଗ ଓ ବିନକା । ଏହି ୭ଟି ଗ୍ରାମରେ ପ୍ରାୟ ୯୦୦ଟି ପରିବାର ପଟ୍ଟା ପାଇବେ । ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ, ଉଭୟ ଘରବାଡି ଓ ଚାଷଜମି ପଟ୍ଟା ବଣ୍ଟନ କରାଯିବ ।

Leave a Reply

Your email address will not be published. Required fields are marked *