ଆସନ୍ତୁ ଜାଣିବା ଆଚାର୍ଯ୍ୟ ଚାଣକ୍ୟଙ୍କର ସେ ପାଞ୍ଚ ଵଚନ

ଫୋକସ ପ୍ଲସ 18/4/23(ବ୍ୟୁରୋ):

୧- ଜମି, ଘର, ଅସ୍ଥାବର ସଂପତ୍ତି କାରବାର ବେଳେ ସାବଧାନ ରହିବେ।ଲାଜ ନ କରି ଖୋଲାଖୋଲି ଭାବେ ଆଇନି ମୁତିବିକ କାମ କରନ୍ତୁ। ନଚେତ ପଛରେ ସାରା ଜୀବନ ପସ୍ତାଇବେ।
୨- ଟଙ୍କା କାରବାର କରିବା ବେଳେ ତାହା ଭଲ ଭାବରେ ଗଣତି କରି ନିଅନ୍ତୁ। ଲାଜରେ କିମ୍ବା ସମ୍ମାନ ଦେଖେଇ ହେବା ପାଇଁ ପକେଟରେ ଭର୍ତ୍ତି କରି ପଳାନ୍ତୁ ନାହିଁ। ପରେ ଭୁଲ ରହିଲେ ବନ୍ଧୁତା ମଧ୍ୟରେ ବିଭେଦ ସୃଷ୍ଟି ହେବା ନିଶ୍ଚିତ।
୩- ବିଦ୍ୟା ଅଧ୍ୟୟନ ସମୟରେ କୌଣସି ବିଷୟ ବୁଝି ନ ପାରିଲେ ତାହାକୁ ବାରମ୍ବାର ପଚାରି ବୁଝନ୍ତୁ। ଲାଜରେ ନ ପଚାରିଲେ ତାହା କାଳକାଳ ପାଇଁ ଅବୁଝା ରହିଯିବ।
୪- ଆହାର ସମୟରେ ଲାଜ ନ କରି ଖାଇବା ପାଇଁ ଇଚ୍ଛା ଥିଲେ ମାଗି ଖାଆନ୍ତୁ। ଖାଇବା ସମୟରେ ନିଜ ଋଚି ଅନୁସାରେ ଖାଦ୍ୟ ମାଗନ୍ତୁ। ଖାଇବାରେ ନିଶ୍ଚିତ ସୁଖ ମିଳିବ।
୫- ଲାଜ ନ କରି ସମାଜର ରୀତିନୀତି ଠିକ୍ ଭାବେ ପାଳନ କରନ୍ତୁ। ଅନେକ ଲାଜରେ ଗୁରୁଜନମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ କିମ୍ବା ନମସ୍କାର କରନ୍ତି ନାହିଁ। ଏପରି କଲେ ସମାଜରେ ଆପଣ ନିନ୍ଦିତ ହେବେ।

Leave a Reply

Your email address will not be published. Required fields are marked *