ଉପକୂଳ ଓଡ଼ିଶାରେ ଦୁଇ ସପ୍ତାହ ପରେ ଶୀତ:୧୫ ତାରିଖରୁ ୨୧ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ୧୨ ରୁ ୧୪ ଡିଗ୍ରୀକୁ ଖସିଆସିବ । ଏହାସହ ସଂଲଗ୍ନ ଜିଲ୍ଲାଗୁଡିକରେ ସର୍ବନିମ୍ନ ତାପମାତ୍ରା ୧୪ ରୁ ୧୮ ଡିଗ୍ରୀ ମଧ୍ୟରେ ରହିବ । ପରବର୍ତ୍ତୀ ସପ୍ତାହ ୨୨ ରୁ ୨୮ନଭେମ୍ବର ମଧ୍ୟରେ ପଶ୍ଚିମ ଜିଲ୍ଲାଗୁଡ଼ିକରେ ତାପମାତ୍ରା ଆହୁରି ଖସିବ । ପରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଶୀତ ବଢିବ । ଉପକୂଳ ଓଡ଼ିଶାରେ ଦୁଇ ସପ୍ତାହ ପରେ ତାପମାତ୍ରା କମିବା ସହ ଜାଡ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।