ଚୁକ୍ତିଭିତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ

ଫୋକସ ପ୍ଲସ(କୋଟଗଡ)୨୦/୦୮/୨୦୨୨: ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ କନ୍ଧମାଳ ଜିଲ୍ଲାର ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ଆଜି ୪ ର୍ଥ ଦିନରେ କଳା ବ୍ୟାଚ ପିନ୍ଧି ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ରାଜ୍ୟ ସଂଘର ପୂର୍ବ ନିର୍ଦ୍ଧାରିତ ନିଷ୍ପତି ଅନୁଯାୟୀ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ ତାରିଖରୁ ସପ୍ତାହ ବ୍ୟାପି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବାସହିତ ଶାନ୍ତିପୂର୍ଣ୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି। ଉକ୍ତ ବିକ୍ଷୋଭ ପ୍ରଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ପଞ୍ଚାୟତିରାଜ, ରାଜସ୍ବ,ବାଣିଜ୍ୟ, ପରିବହନ, ସାମଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଜଙ୍ଗଲ ଏବଂ ପରିବେଶ, ଶ୍ରମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ଜିଲ୍ଲାର ମୁଖ୍ୟ ଦପ୍ତର ପ୍ରତ୍ୟେକ ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତରଠାରୁ ଆରମ୍ଭ କରି ପଞ୍ଚାୟତ ସ୍ତରୀୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ନିଜ ନିଜ ଦପ୍ତର ରେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିଲେ।
ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ଚୁକ୍ତିଭିତ୍ତିକ ସମୟକୁ ମୂଳ ଚାକିରୀରେ ଯୋଗ ଦୁଇଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ ୧୬ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଅଛି ।ଏହି ସମୟ ମଧ୍ୟରେ ରାଜ୍ୟସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବିଗୁଡିକୁ ପୂରଣ ନକରନ୍ତି, ତେବେ ମହାସଂଘର ପୂର୍ଵ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଆସନ୍ତା ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନ ହେବ ବୋଲି ମହାସଂଘର କନ୍ଧମାଳ ଜିଲ୍ଲା ସଭାପତି ଅଶୋକ କୁମାର ଗଉଡ ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *