ଦାନଗଦି ବ୍ଲକ ରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ //

ଯାଜପୁର ;ଆଜି ସୋମବାର ପୂର୍ବାହ୍ନରେ ଦାନଗଦି ବ୍ଲକ ପଞ୍ଚାଯତ ସମିତି ସଭା ଗୃହରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଚକ୍ରବର୍ତୀ ସିଂ ରାଠୋରଙ୍କ ଏହି ଶିବିରରେ ଅଧ୍ୟକ୍ଷତା କରିବା ସହ କହିଲେ ଯେ ଅଭିଯୋଗ ଏବଂ ସମସ୍ୟାର ସମାଧାନ କୌଣସି ପ୍ରଶାସନର ଅଂଶ ବିଶେଷ | ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଉଦ୍ଦେଶ୍ୟ ହେଉଛି ଲୋକମାନଙ୍କ ସମସ୍ୟା କିମ୍ବା ଅଭିଯୋଗ ଗୁଡିକୁ ତ୍ବରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଛତା ଏବଂ ନ୍ୟାୟକୁ ଉତ୍ସାହିତ କରିବା | ଫଳରେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ଉତ୍ତରଦାୟୀ ହେବା ସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇ ପାରିବ | ଶିବିରରେ ଆବାସ ଯୋଜନା , ଚିକିତ୍ସା ସହାୟତା , ଭତ୍ତା ପ୍ରଦାନ , ଜଳ ଯୋଗାଣ,ପ୍ରଦୂଷଣ,ଗମନାଗମନ ଓ ଜମିଜମା ସମ୍ବନ୍ଧୀୟ ବହୁ ଅଭିଯୋଗ ପଞ୍ଜିକୃତ ହୋଇଥିଲା |ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୀତ କୁମାର ଅଗ୍ରୱାଲ,କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ ମିଶ୍ର, ଦାନଗଦି ବିଡିଓ ସାରଦା ପ୍ରସନ୍ନ ପଣ୍ଡା ,ଦାନଗଦି ର ନୂତନ ତହସିଲଦାର ସ୍ମୁତିରେଖା ଦାସ, କଲିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏସ୍ ଟୋପୋ ଓ ବ୍ଲକସ୍ତରୀୟ ଅଧିକାରୀ ଓ ଜିଲ୍ଲା ର ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *