ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି।
ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିବାରେ ଲାଗିଛି । ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫ ହଜାରରୁ କମ ରହିଥିବା ଯାହା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷ ରୁ ଜଣାପଡିଛି!

ଯାହା ଜଣାପଡିଛି ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୩୧୦ ଛୁଇଁଛି। ଗୋଟିଏ ଦିନତଳେ ଏହା ୪୦୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ୭୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୯୭୨ ଥିଲା। ସେହିପରି ୨୪ ଘଣ୍ଟାରେ ୫୭୧ ଜଣ ସୁସ୍ଥ ହୋଇଛନ୍ତି!

ଗୋଟିଏ ଦିନ ତଳେ ଏହା ୬୮୫ ଥିଲା। ଇତି ମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୬୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୦ ହଜାର ୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୩ ହଜାର ୪୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।
ଯାହା କି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷ ରୁ ଜଣାପଡିଛି!
(ଫୋକସପ୍ଲସ)

 

 

Leave a Reply

Your email address will not be published. Required fields are marked *