ନବରଙ୍ଗପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଫୋକସ ପ୍ଲସ 3/12/2022(ନବରଙ୍ଗପୁର): ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ଅନ୍ତର୍ଗତ ସରାଗୁଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଗଛକୁ କାର୍‌ ପିଟିବା ଯୋଗୁଁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।ମୃତକ ମାନେ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍‌ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍।ଗୁରୁତର ୨ ଜଣଙ୍କୁ କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା ହେଲେ ସେଠାରେ ମଧ୍ୟ ଜଣକର ମୃତ୍ୟୁ ହୋଇଥିବା ଜଣାପଡିଛି। ଅନ୍ୟଜଣେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି।ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଉମରକୋଟରୁ ନବରଙ୍ଗପୁର ଯିବା ସମୟରେ ସରାଗୁଡ଼ା ନିକଟରେ ଥିବା ବୁଲାଣିରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଯାଇଥିବା ଅନୁମାନ କରାଯାଉଛି।ଖବର ପାଇ ଡାବୁଗାଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଆହତଙ୍କୁ ହସ୍ପିଟାଲ୍‌କୁ ପଠାଇଛି।

Leave a Reply

Your email address will not be published. Required fields are marked *