ବଡ଼ ଧରଣ ଗୋ ଚାଲାଣ ଯୋଜନାର ପର୍ଦ୍ଧାଫାସ

ଫୋକସ ପ୍ଲସ(ଖୋର୍ଦ୍ଧା)୧୧/୦୮/୨୦୨୨: ରକ୍ଷା ବନ୍ଧନରେ ଗୋରୁଙ୍କୁ ଉଦ୍ଧାର କଲା ପୋଲିସ। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରୁ ପାଖାପାଖି ଶହେରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର। ଟାଙ୍ଗୀ ଥାନା ଦୀକ୍ଷିତପଡ଼ା ଗ୍ରାମ ଜଙ୍ଗଲରେ ବେଆଇନ ଗୋ ଚାଲାଣ ହେଉଥିବାର ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଗତକାଲି ରାତିରେ ଖବର ପାଇଥିଲେ। ବିଳମ୍ବ ନକରି ଏସଡିପିଓ ତୁରନ୍ତ ଟାଙ୍ଗୀ ଆଇଆଇସି ଦିଗବିଜୟ ବିଶ୍ୱାଳ, କୁହୁଡି ଫାଣ୍ଡି ଅଧିକାରୀ ପ୍ରସନ୍ନ ଜେନା ଓ ଟିମକୁ ନେଇ ସମ୍ପୃକ୍ତ ଅଞ୍ଚଳକୁ ଚଢ଼ାଉ ପାଇଁ ଯାଇଥିଲେ।

ରାତିତମାମ ଅପରେସନ ଜାରି ରହିଥିବା ବେଳେ ପରିଶେଷରେ ଅପରେସନରେ ସଫଳ ହୋଇଥିଲା ପୋଲିସ। ପୋଲିସକୁ ଦେଖି ଗୋ ମାଫିଆମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। କିନ୍ତୁ ଏସଡିପିଓ ଉକ୍ତ କାରବାରର କିଙ୍ଗପିନକୁ ଧରିବାରେ ସଫଳ ହୋଇଥିଲେ ।ତେବେ ପାଖାପାଖି ଶହେରୁ ଉର୍ଦ୍ଧ୍ଵ ଗୋରୁଙ୍କୁ ଜବତ କରାଯାଇଛି, ଯାହାଫଳରେ ଏକ ବଡ଼ ଧରଣର ଗୋ ଚାଲାଣକୁ ରୋକିବାରେ ସଫଳ ହୋଇଛି ପୋଲିସ।ରାତି ତମାମ ଏସଡିପିଓଙ୍କ ସମେତ ଆଇଆଇସି ଶ୍ରୀ ବିଶ୍ୱାଳ ଓ ଫାଣ୍ଡି ଅଧିକାରୀ ଶ୍ରୀ ଜେନା ଗୋରୁମାନଙ୍କୁ ଉକ୍ତ ଜଙ୍ଗଲରେ ଜଗି ରହିଥିବା ବେଳେ ଖବର ପାଇ ଧୀରେ ଧୀରେ ସମ୍ପୃକ୍ତ ଅଞ୍ଚଳକୁ ବିଭିନ୍ନ ଧାର୍ମିକ ଓ ସାମାଜିକ ସଂଗଠନର କର୍ମକର୍ତ୍ତାଙ୍କ ସୁଅ ଛୁଟୁଛି।

ତେବେ ଏତେ ପରିମାଣର ଗୋରୁ ଙ୍କୁ ଉଦ୍ଧାର କରି ସମସ୍ତଙ୍କ ପ୍ରଶଂସାର ପ୍ରିୟପାତ୍ର ହୋଇଛି ପୋଲିସ। ଗହ୍ମା ପୂର୍ଣ୍ଣିମା ପରି ପବିତ୍ର ଦିବସରେ ସାରା ରାତି ଉଜାଗର ରହି ଗୋରୁଙ୍କୁ ଉଦ୍ଧାର କରିଥିବାରୁ ଆରଏସଏସ, ଭିଏଚପି, ଏବିଭିପି ଏବଂ ଅନ୍ୟ ସାମାଜିକ ସଂଗଠନ ବାଲୁଗାଁ ଏସଡିପିଓ ଓ ଟିମକୁ କୃତଜ୍ଞତା ଜ୍ଞାପନ କରିଛନ୍ତି। କିନ୍ତୁ ଦୁଃଖର ବିଷୟ ପୋଲିସ ଉଦ୍ଧାର କରୁଥିବା ଗୋରୁଙ୍କ ଥଇଥାନ ପାଇଁ ସରକାରଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଉନାହିଁ, ଯାହା ଫଳରେ ପୋଲିସକୁ ଉଦ୍ଧାର ଗୋରୁଙ୍କ ଥଇଥାନ ପାଇଁ ନାକେଦମ ହେବାକୁ ପଡୁଛି ।

ଖୋର୍ଦ୍ଧା ଟାଙ୍ଗିରୁ ସୁଧୀର କୁମାର ବେହେରା ଫୋକସ ପ୍ଳୋସ |

Leave a Reply

Your email address will not be published. Required fields are marked *