ବରଗଡ଼ରୁ ନୂଆପଡ଼ାକୁ ରେଳ ସଂଯୋଗୀକରଣ ହେବ

ଭୁବନେଶ୍ବର: ରାଜ୍ୟର ଅନ୍ୟତମ ଲୋକପ୍ରିୟ ଗଣପର୍ବ ‘ନୂଆଖାଇ’ ପାଖେଇ ଆସୁଥିବା ବେଳେ କେନ୍ଦ୍ର ସରକାର ପଶ୍ଚିମ ଓଡ଼ିଶାବାସୀଙ୍କୁ ୨ଟି ରେଳ ପ୍ରକଳ୍ପ ଭେଟି ଦେଇଛନ୍ତି। ପଶ୍ଚିମ ଓଡ଼ିଶାରେ ୨ଟି ନୂଆ‌ ରେଳ ପ୍ରକଳ୍ପ ନିର୍ମାଣକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛନ୍ତି। ଏହି ୨ଟି ପ୍ରକଳ୍ପ ବରଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଦେଇ ଯିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *