ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

ବରଗଡ଼: ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ। ୭୦ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ। ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। 

୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ। ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା ଥିଲେ। ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ। ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଅଭିନୟ। ତାଙ୍କ ଅଭିନୟ ଦେଖିବାକୁ ସେ ସମୟରେ କଂସ ଦରବାରରେ ବହୁ ଭିଡ଼ ଜମୁଥିଲା।

Leave a Reply

Your email address will not be published. Required fields are marked *