ଭୁବନେଶ୍ୱର : ରତ୍ନଭଣ୍ଡାରକୁ ନେଇ ଆସିଲା ବଡ ଖବର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବଡ଼ ବୟାନ ଦେଇଛନ୍ତି। ଆସନ୍ତା ଦିନେ କି ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି କାମ ସମ୍ପୂର୍ଣ ଶେଷ ହେବ। ଏହାପରେ ଅସ୍ଥାୟୀ ରତନଭଣ୍ଡାରୁ ଅଳଙ୍କାର ଗୁଡିକୁ ଅଣାଯାଇ ସୁରକ୍ଷିତ ପରିବେଶରେ ରଖାଯାଇ ଗଣତିମଣତି କରାଯିବ। ପୂର୍ବରୁ ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ, କାର୍ତ୍ତିକ ମାସରେ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ କାର୍ତ୍ତିକ ମାସ ସରିଯାଇଥିବାରୁ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ମୁଁ ଆଶା କରୁଛି, ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି ସରିଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି।