ସାଇକେଲ ଆରୋହୀଙ୍କୁ ମାଡିଦେଇ ପଲଟିଗଲା ଯାତ୍ରା ପାର୍ଟି ଟ୍ରକ:ଜଣେ ମୃତ ପାଞ୍ଚ ଗୁରୁତର

ଅଠର ନମ୍ବର ଜାତୀୟ ରାଜପଥର ଗଡଗଡିଆ ଛକ ନିକଟରେ ଦୃଘଟଣା ।OR – 01C 6595 ନମ୍ବର ବିଶିଷ୍ଟ ଏକ ଟ୍ରକ ଅମୃତ ମହଲ ନାମକ ଏକ ଯାତ୍ରା ପାର୍ଟିର ସରଞ୍ଜାମ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବା ସମୟରେ ଏକ ସାଇକେଲ ଆରୋହୀକୁ ଧକ୍କାଦେଇ ରାଜପଥ ପାର୍ଶ୍ବକୁ ପାଲଟିଯାଇଥିଲା ।ସାଇକେଲ ଆରୋହୀ ଜଣଙ୍କ ଟ୍ରକତଳେ ଚାପିଯାଇଥିଲା । ଘଟଣାସ୍ଥଳରେ ବୌଶିଙ୍ଗା ପୋଲିସ ଓ ବେତନଟୀ ଅଗ୍ନିଶମ ବିଭାଗ ପହଞ୍ଚି କ୍ରେନ ସାହାର୍ଯ୍ୟରେ ଟ୍ରକତଳୁ ମୃତ ସାଇକେଲ ଆରୋହୀକୁ ଉଦ୍ଧାର କରିବା ସହ ଯାତ୍ରାପାର୍ଟିର ପାଞ୍ଚ ଜଣଙ୍କୁ ଉଦ୍ଧାର କରି ବେତନଟୀ ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରକୁ ଚିକିତ୍ସା ନିମନ୍ତେ ପଠାଇଥିଲେ । ମୃତକ ବୌଶିଙ୍ଗା ଥାନା ଅନ୍ତର୍ଗତ ବଗଲପୁର ଗ୍ରାମର ହରିମୋହନ ମର୍ମୁ ।ପାଞ୍ଚ ଗୁରୁତର ମଧ୍ୟରୁ ଦୁଇଜଣ ଲଙ୍ଗଳେଶ୍ବର ର ଗୋପିକୃଷ୍ଣ ମଣ୍ତଳ ଓ ତପନ କୁମାର ସାମନ୍ତରାୟ , ବାଲେଶ୍ବର ର ବିଶ୍ବଜିତ ଦାସ ,ଭଦ୍ରକର ଶିବସୁନ୍ଦର ଜେନା ଓ କେସଡିହାର ରାଉତ ପୂର୍ତ୍ତି ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ରେ ଚିକିତ୍ସିତ ହେଉଛନ୍ତି ।ଦୃଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଚାଳକ ଫେରାର ହୋଇଛି ।ସୁଧାକର ଭୂୟାଁ ,ବେତନଟୀ ,ମୟୂରଭଞ୍ଜ

Leave a Reply

Your email address will not be published. Required fields are marked *