ହାଇକୋର୍ଟ ବେଞ୍ଚକୁ ସୁପ୍ରିମ ଛାଟ

ଭୁବନେଶ୍ୱର : ଓଡ଼ିଶାରେ ପ୍ରତିଷ୍ଠା ହେବନି ହାଇକୋର୍ଟ ବେଞ୍ଚ । ବର୍ତ୍ତମାନ ଏହି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପଷ୍ଟ ଭାବରେ ମନା କରିଛନ୍ତି । ଆଜି ବିଧାନସଭାରେ ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ପ୍ରସ୍ତାବ ଅଛି କି ବୋଲି ବିଧାୟକ କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ ।

Leave a Reply

Your email address will not be published. Required fields are marked *