୨୪ ଘଣ୍ଟାରେ ଦେଶରେ ୨,୬୨୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୮ଜଣ ମୃତ

ଫୋକସ ପ୍ଲସ 26/5/22 (ନୂଆଦିଲ୍ଲୀ):  ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୨୫୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୮ ମୃତ୍ୟୁ ରେକର୍ଡ କରାଯାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧୬୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୦୪,୮୮୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୪୧୪।‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୮୪,୧୧,୩୫୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୨,୫୮୦ଟି ନମୁନା।

Leave a Reply

Your email address will not be published. Required fields are marked *