୪୮ ଘଣ୍ଟା ଯାଏଁ ରାଜ୍ୟର ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ପାଣିପାଗ ବିଭାଗ ଅନୁସାରେ ଆସନ୍ତାକାଲି (ଗୁରୁବାର) ସକାଳ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ସୋନପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ କରାଯାଇଛି।

Leave a Reply

Your email address will not be published. Required fields are marked *