24 ଘଣ୍ଟା ରାଜ୍ୟରେ ଜାରି ରହିବ ବର୍ଷା I

ଲଘୁଚାପ ସକ୍ରିୟ ହେବା ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ଲାଗି ରହିଛି ବର୍ଷା । ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଶନିବାର କେନ୍ଦ୍ରୀୟ ଓଡ଼ିଶାରେ ଅଧିକ ବର୍ଷା ହେବ । ନୂଆପଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ରହିଛି । ୧୭ ଓ ୧୮ ଦୁଇ ଦିନ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ମୌସୁମୀ ସାଙ୍ଗକୁ ଲଘୁଚାପ ସକ୍ରିୟ । ଆହୁରି ୩ ଦିନ ଭୀଷଣ ବର୍ଷା ।

Leave a Reply

Your email address will not be published. Required fields are marked *