ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା ହେବାକୁ ଯାଉଛି |

ପୁରୀ13/11/2023: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତ ମାନଙ୍କ ଦର୍ଶନ ପାଇଁ ଖୁବଶୀଘ୍ର ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ଆଗାମୀ ଦିନରେ, ପରିକ୍ରମା ପ୍ରକଳ୍ପର ଉଦଘାଟନ ହେବା ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବ। ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସେମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବ। ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ କ୍ରମେ ଦିବ୍ୟାଙ୍ଗଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବା ର ଅନୁମତି ଦିଆଯିବ । ଉକ୍ତ ପ୍ରକଳ୍ପ ଅନୁଯାଇ ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯାଇଥିବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ |

Leave a Reply

Your email address will not be published. Required fields are marked *