ମୁଖ୍ୟମନ୍ତ୍ରୀଙ୍କ କଥା ରଖିଲେନି ନବୀନ

ମୁଖ୍ୟମନ୍ତ୍ରୀଙ୍କ କଥା ରଖିଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ସର୍ବଦଳୀୟ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। ତେବେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ ଯୋଗ ଦେଇ ନଥିଲେ ନବୀନ। ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ। ଏହା ପୂର୍ବରୁ ଆଜି ସମାପ୍ତ ହୋଇଛି ସର୍ବଦଳୀୟ ବୈଠକ।

ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ସର୍ବଦଳୀୟ ବୈଠକ। ଏହି ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀଦଳ ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ଏହାଛଡା ଏଥିରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ,ଙ୍କ ସହିତ ଦଳର ଅନ୍ୟତମ ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଉପସ୍ଥିତ ଥିଲେ। ଠିକ ସେହିଭଳି ଆଜିର ସର୍ବଦଳୀୟ ବୈଠକରେ କଂଗ୍ରେସ ଦଳରୁ ମଧ୍ୟ କେହି ଜଣେ ବି ବିଧାୟକ ଯୋଗ ଦେଇ ନଥିଲେ।

Leave a Reply

Your email address will not be published. Required fields are marked *