ସମୁଦ୍ରରେ ଭାସୁଛନ୍ତି ମତ୍ସ୍ୟଜୀବୀ !

ଭୁବନେଶ୍ୱର : ବର୍ତ୍ତମାନ ସାରା ଦେଶରେ ଲଗାଣ ବର୍ଷା ଲାଗି ରହିଛି । ଯାହା ଫଳରେ ସମୁଦ୍ର ମଧ୍ୟ ଅଶାନ୍ତ ରହିଛି। ଏଭଳି ପରିସ୍ଥିତିରେ ଦୁଇଟି ମାଛଧରା ବୋଟ୍‌ ଅଚଳ ହୋଇଯିବାରୁ ପାରାଦ୍ୱୀପ ମହାନଦୀ ମୁହାଣରେ ଫସିଛନ୍ତି ୧୪ ମତ୍ସ୍ୟଜୀବୀ । ବର୍ତ୍ତମାନ ପର୍ଯ୍ୟନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ପାରି ନଥିବା ବେଳେ ସେମାନେ ମଝି ସମୁଦ୍ରରେ ଭାସୁଥିବା ଜଣାପଡିଛି । ଖବର ଅନୁଯାୟୀ ଆଜି ସକାଳେ ପ୍ରଥମେ ଏକ ମାଝଧରା ବୋଟ୍‌ ସମୁଦ୍ର ମଝିରେ ଅଚଳ ହୋଇ ଯାଇଥିଲା। ସୂଚନା ପାଇ ତୁରନ୍ତ ତାହାକୁ ଉଦ୍ଧାର କରିବାକୁ ଅନ୍ୟ ଏକ ବୋଟ୍‌ ସମୁଦ୍ର ମଝିକୁ ଯାଇଥିଲା। ମାତ୍ର ସମୁଦ୍ର ଅଶାନ୍ତ ଥିବାରୁ ବଡ଼ ବଡ଼ ଲହଡି ମାଡ଼ ହେଉଥିବାରୁ ତାହାର ବି ଇଞ୍ଜିନି ଖରାପ ହୋଇ ଯାଇଛି। ଫଳରେ ବୋଟ୍‌ ଦୁଇଟି ମଝି ସମୁଦ୍ରରେ ଭାସୁଥିବା ବେଳେ ସେଥିରେ ୧୪ ମତ୍ସ୍ୟଜୀବୀ ଭାସୁଛନ୍ତି। ଖବର ପାଇ ତୁରନ୍ତ ସେମାନଙ୍କୁ ଉଦ୍ଧାର ପାଇଁ ପାରାଦୀପ ପୋର୍ଟ, ମେରାଇନ ପୁଲିସ୍‌ ଓ କୋଷ୍ଟଗାର୍ଡ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଛି। ମତ୍ସଜୀବୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ତୁରନ୍ତ ଦୁଇଟି ବୋଟ୍‌ ସମୁଦ୍ର ମଧ୍ୟକୁ ପଠାଯାଇଛି।

Leave a Reply

Your email address will not be published. Required fields are marked *