ଆଝାରୁଦ୍ଦିନଙ୍କୁ ସମନ ପଠାଇଲା ଇଡି !

ନୂଆଦିଲ୍ଲୀ : କ୍ରିକେଟ ଜଗତରୁ ଆସିଲା ବଡ ଖବର। ଅଡୁଆରେ ପୂର୍ବତନ ଭାରତୀୟ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନ। ହାଇଦ୍ରାବାଦ କ୍ରିକେଟ୍ ଆସୋସିଏସନ୍ ସହିତ ଜଡ଼ିତ ଏକ ଅର୍ଥ ହେରଫେର ମାମଲାରେ ସେ ଜଡ଼ିତ ଥିବା ଅଭିଯୋଗ ହୋଇଛି। ମନି ଲଣ୍ଡ୍ରିଂ ମାମଲାରେ ତାଙ୍କୁ ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏନେଇ ତାଙ୍କୁ ପଚରାଉଚରା ପାଇଁ ଡକାଯାଇଛି। ହାଇଦ୍ରାବାଦର ଉପ୍ପାଲର ରାଜୀବ ଗାନ୍ଧୀ କ୍ରିକେଟ୍ ଷ୍ଟାଡିୟମ୍ ପାଇଁ ଡିଜେଲ ଜେନେରେଟର, ଫାୟାର ବ୍ରିଗେଡ୍ ସିଷ୍ଟମ ଏବଂ କ୍ୟାନୋପି କିଣିବା ପାଇଁ ଆବଣ୍ଟିତ କରାଯାଇଥିବା ୨୦ କୋଟି ଟଙ୍କା ହେରଫେର ହୋଇଛି। ସୂଚନା ଅନୁଯାୟୀ, ଆଝାରୁଦ୍ଦିନ ପୂର୍ବରୁ ହାଇଦ୍ରାବାଦ କ୍ରିକେଟ୍ ଆସୋସିଏସନର ସଭାପତି ଥିବା ସମୟରେ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି।

Leave a Reply

Your email address will not be published. Required fields are marked *