୨୪ ଘଣ୍ଟାରେ ଦେଶରେ ୩,୩୩,୫୩୩ କୋଭିଡ୍‌-୧୯ ଆକ୍ରାନ୍ତ; ୫୨୫ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୩,୫୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୨୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪,୧୭୧ କମ୍‌ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୯୨,୩୭,୨୬୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୯,୪୦୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୯,୧୬୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୬୫,୬୦,୬୫୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୮୭,୨୦୫।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୧,୯୨,୮୪,୨୭୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୧,୫୫,୨୦,୮୫୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୮,୭୫,୫୩୩ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୭.୭୮%।

Leave a Reply

Your email address will not be published. Required fields are marked *