ଅନୁଗୁଳ ର ପୌରାଧକ୍ଷ ଦାୟିତ୍ଵ ନେଲେ ଅକ୍ଷୟ କୁମାର ସାମନ୍ତ

ଅନୁଗୁଳ ର ପୌରାଧକ୍ଷ ଦାୟିତ୍ଵ ନେଲେ ଅକ୍ଷୟ କୁମାର ସାମନ୍ତ

ଫୋକସପ୍ଲସ 30/3(:ଅନୁଗୁଳ) : ପୌରପାଳିକାର ପୌରାଧକ୍ଷ ଭାବେ ଅକ୍ଷୟ କୁମାର ସାମନ୍ତ ବୁଧବାର ଦାୟିତ୍ଵ ଗ୍ରହଣ କରିଛନ୍ତି। ଆଜି ପୂର୍ବାହ୍ନ ୧୧ ଟା ସମୟରେ ଶ୍ରୀ ସାମନ୍ତ ବିଜୟୀ ବିଜେଡି କାଉନସିଲର ଏବଂ ସମର୍ଥକଙ୍କ ଗହଣରେ ଅମଲାପଡ଼ା ଦୁର୍ଗା ମଣ୍ଡପରୁ ବାହାରି ସିଧା କାର୍ଯ୍ୟାଳୟକୁ ଆସିଥିଲେ। ଓଡ଼ିଶା ବିଧାନସଭା ଉପ ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ,ଜିଲ୍ଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ,ଯୁବ ବିଜେଡି ସଭାପତି ଦୀନେଶ ପ୍ରଧାନ,ସୁଜିତ୍ ଦ୍ବିବେଦୀ,ଅଜିତ ଦ୍ବିବେଦୀ ପ୍ରମୁଖ ଶୋଭାଯାତ୍ରାରେ ଅଂଶ ଗ୍ରହଣ କରିଥିଲେ। ପୌରପାଳିକା କାର୍ଯ୍ୟାଳୟରେ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ଏବଂ କର୍ମଚାରୀମାନେ ପୁଷ୍ପ ଗୁଚ୍ଛ ଦେଇ ଶ୍ରୀ ସାମନ୍ତ ଙ୍କୁ ସ୍ଵାଗତ କରିଥିଲେ। ଏ ଅବସରରେ ଶ୍ରୀ ସାମନ୍ତ ସାମ୍ବାଦିକ ମାନଙ୍କୁ ଅନୁଗୁଳ ସହରକୁ ଏକ ମୋଡେଲ ସହରରେ ପରିଣତ କରିବା ପାଇଁ ସବୁମନ୍ତେ ଉଦ୍ୟମ କରାଯିବ ବୋଲି କହିଥିଲେ। ଶ୍ରୀ ସାମନ୍ତ ଏଥି ପୂର୍ବରୁ କଂଗ୍ରେସ ଦଳ ପକ୍ଷରୁ ଜିତି ଅନୁଗୁଳ ପୌରପାଳିକାର ପୌରାଧକ୍ଷ ହୋଇ ପାରିଥିଲେ। ନିକଟରେ ଅନୁଷ୍ଠିତ ପୌର ନିର୍ବାଚନରେ ଶ୍ରୀ ସାମନ୍ତ ବିଜେଡିରୁ ଲଢି ବିଜେପିର ପ୍ରାର୍ଥୀ ଦିଲୀପ ପ୍ରଧାନଙ୍କୁ ହରାଇ ନିର୍ବାଚିତ ହୋଇଛନ୍ତି । ଅନୁଗୁଳରୁ ସତ୍ୟଶମ୍ଭୁନାଏକଙ୍କ ରିପୋର୍ଟ ଫୋକସ ପ୍ଲସ ନାଏକଙ୍କ ରିପୋର୍ଟ ଫୋକସ ପ୍ଲସ ।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *