କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିର ପୌର ଉପାଧ୍ୟକ୍ଷା ହେଲେ ଶାନ୍ତି ନାୟକ ।

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିର ପୌର ଉପାଧ୍ୟକ୍ଷା ହେଲେ ଶାନ୍ତି ନାୟକ ।

 

ଫୋକସ ପ୍ଲସ (କନ୍ଧମାଳ ) 7.04.22:  ବିଜୁ ଜନତା ଦଳରୁ ପ୍ରାର୍ଥିନୀ ହୋଇଥିବା ଶାନ୍ତି ନାୟକ ନିର୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି l ଶାନ୍ତିଙ୍କ ପ୍ରସ୍ତାବକ ଭାବେ ବିଭୂତି ଭୂଷଣ ଲହରିଆ ଥିବା ବେଳେ ପଦ୍ମାଳୟା ନାୟକ ସମର୍ଥକ ଥିଲେ lଖବର ଅନୁଯାୟୀ, ଶାନ୍ତି ନାୟକ ବିଜେଡି ଟିକେଟରେ ୫ ନମ୍ବର କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ l ବିଜୟୀ ହେବା ପରେ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ, ମନ୍ତ୍ରୀ ତଥା ଜିଲ୍ଲା ପ୍ରଭାରୀ ପ୍ରତାପ ଜେନା, ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ, ବାଲିଗୁଡା ବ୍ଳକ ବିଜେଡି ସଭାପତି ଟୁନା ଦାସ ଓ ଅନ୍ୟମାନଙ୍କୁ କୃତଜ୍ଞତା ଜଣାଇବା ସହ ବାଲିଗୁଡା ଏନଏସିର ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି l ତାଙ୍କର ଏହି ବିଜୟର ଶ୍ରେୟ ସେ ବରିଷ୍ଠ ନେତା ଟୁନା ଦାସଙ୍କୁ ଦେଇଛନ୍ତି l
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସେ ବିଶେଷ କରି ମହିଳାମାନଙ୍କ ବିକାଶ ଦିଗରେ ପ୍ରାଧାନ୍ୟ ଦେବେ l ବିଜେଡି ମହିଳା ସଙ୍ଗଠନ ଯେପରି ଶକ୍ତିଶାଳୀ ଓ ମଜଭୁତ ହେବ ସେନେଇ ସେ ଉଦ୍ୟମ କରିବେ l ଉପାଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବାପରେ ଶାନ୍ତିଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି lବାଲିଗୁଡା ରୁ ଜୋତି ପ୍ରକାଶ ସାମନ୍ତରାୟ ଙ୍କ ରିପୋର୍ଟ ଫୋକସ ପ୍ଲସ l

 

 

Related post

ପୂର୍ବ ବଚସାକୁ ନେଇ ଆକ୍ରମଣ

ପୂର୍ବ ବଚସାକୁ ନେଇ ଆକ୍ରମଣ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଧ୍ୟକ୍ଷା ସ୍ବାମୀ ଘରେ ପଶି ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।…
ଗିରଫ ହେଲେ ରସିକିଆ ଶିକ୍ଷକ

ଗିରଫ ହେଲେ ରସିକିଆ ଶିକ୍ଷକ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଜଣେ ପ୍ରଧାନ ଶିକ୍ଷକ ଅଫିସକୁ ଡାକି ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଗ୍ରାମବାସୀ ସଂପୃକ୍ତ ପ୍ରଧାନ ଶିକ୍ଷକ ଓ ସ୍କୁଲ ଘେରାଉ କରିଛନ୍ତି।ଏନେଇ ଶିକ୍ଷକ…
ମଲା ଲୋକଙ୍କ ନାଁରେ ଉଠୁଛି ରାସନ ସାମଗ୍ରୀ

ମଲା ଲୋକଙ୍କ ନାଁରେ ଉଠୁଛି ରାସନ ସାମଗ୍ରୀ

ଫୋକସ ପ୍ଲସ 31/3/23(ହାଟଡିହି): ଭୂତ ଖାଉଛି ପିଡ଼ିଏସ ସାମଗ୍ରୀ।ହିତାଧିକାରୀଙ୍କ ମୃତ୍ୟୁ ପରେ ବି ପରିବାର ଲୋକଙ୍କୁ ଅନ୍ଧାରରେ ରଖି ପିଡ଼ିଏସ ସାମଗ୍ରୀ ଉଠାଣ ହେଇଥିବା ଅଭିଯୋଗ ଆସିଛି।ପଦାରେ ପଡ଼ିଲା…

Leave a Reply

Your email address will not be published. Required fields are marked *