ଆଜିବି ମନେ ପଡନ୍ତି ବିଜୁ ବାବୁ

ଆଜିବି ମନେ ପଡନ୍ତି ବିଜୁ ବାବୁ

ପିତା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଓ ମାତା ଆଶାଲତା ପଟ୍ଟନାୟକଙ୍କଠାରୁ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକ ର  ତୁଳସୀପୁର ଠାରେ ତୃତୀୟ ସନ୍ତାନ ଭାବେ ଜନ୍ମ ନେଇଥିଲେ ବିଜୁ ବାବୁ ।ସେ ରେଭେନ୍ସା କଲେଜିଏଟ ସ୍କୁଲ,କଟକ ଠାରେ ସ୍କୁଲଶିକ୍ଷା ସାରିଲା ପରେ ରେଭେନ୍ସା କଲେଜରେ  ବିଜ୍ଞାନ ପଢ଼ିଥିଲେ । ପାଠପଢ଼ା ଜୀବନରେ ସେ ଖେଳ ପ୍ରତି ରୁଚି ରଖିଥିବା ବିଭିନ୍ନ ସମୟରେ ବିଶ୍ୱବିଦ୍ୟାଳୟ ଫୁଟବଲ ଦଳର କ୍ୟାପଟେନ ରହିଆସିଥିଲେ । ତାହା ପରେ ସେ ଦିଲ୍ଲୀର ଏରୋନଟିକ୍ସ ଟ୍ରେନିଂ ଶିକ୍ଷାନୁଷ୍ଠାନରେ ବିମାନ ଉଡାଣ ଶିକ୍ଷାରେ  ଯୋଗଦେଇଥିଲେ ।

୧୯୩୮ ମସିହାରେ ବୈବାହିକ ଜୀବନ ଆରମ୍ଭ କରିଥିବା ବିଜୁ ବାବୁ ଙ୍କ ପୁତ୍ର ନବୀନ ପଟ୍ଟନାୟକ  ଓଡ଼ିଶାର ବର୍ତ୍ତମାନର  ମୁଖ୍ୟମନ୍ତ୍ରୀ । ତାଙ୍କ ଝିଅ ଗୀତା ମେହେଟା  ଜଣେ ଲେଖିକା । ତାଙ୍କର ବଡ଼ ପୁଅ ପ୍ରେମ ପଟ୍ଟନାୟକ ଦିଲ୍ଲୀରେ  ଜଣେ ବ୍ୟବସାୟୀ ଭାବରେ ଅବସ୍ଥାପିତ ।ଦିଲ୍ଲୀରୁ ବିମାନ ଉଡ଼ାଣ ଶିକ୍ଷା ସମାପ୍ତ କରି ସେ ଇଣ୍ଡିଆନ ଏୟାର‌ୱେଜରେ ପାଇଲଟ ଭାବରେ ଚାକିରି କରିଥିଲେ । ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆ  ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଆଦିଙ୍କୁ ଡଚମାନଙ୍କଠାରୁ ଉଦ୍ଧାର କରିଥିଲେ । ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ “ଭୂମିପୁତ୍ର” ସମ୍ମାନରେ ସମ୍ମାନୀତ କରାଯାଇଥିଲା ।ଏହି ସମ୍ମାନ ସହ, ପୁରସ୍କାର ସ୍ୱରୂପ ମିଳିଥିବା କୋଟି କୋଟି ଟଙ୍କା ସେ ଇଣ୍ଡୋନେସିଆର ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଦେଇଥିଲେ । ବିଜୁ ପଟ୍ଟନାୟକ ଚଳାଉଥିବା ଡାକୋଟା ବିମାନ ୨୦-୨୪ ଫେବୃୟାରୀ ୨୦୧୯ ମସିହାରେ ଅନୁଷ୍ଟିତ ଏୟାର ଶୋ’ରେ ପ୍ରଦର୍ଶିତ ହୋଇଥିଲା ।

ରାଜନୀତି କ୍ଷେତ୍ରରେ ବିଜୁ ପଟ୍ଟନାୟକ ତାଙ୍କ ରାଜନୈତିକ ଜୀବନ ୧୯୪୬ରେ ଆରମ୍ଭକରି ନିର୍ବିରୋଧ ଭାବେ ଓଡ଼ିଶା ବିଧାନ ସଭାକୁ ଉତ୍ତର କଟକ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।୧୯୫୨ ଏବଂ ୧୯୫୭ରେ ସେ ଯଥାକ୍ରମେ ଜଗନ୍ନାଥ ପ୍ରସାଦ ଏବଂ ସୋରଡ଼ାରୁ  ଜିତିଥିଲେ ।୧୯୬୧ରେ ସେ ରାଜ୍ୟ କଂଗ୍ରେସର ସଭାପତିତ୍ୱ ଗ୍ରହଣ କରିଥିଲେ ।ତାଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୧୪୦ରୁ ୮୨ଟି ଆସନରେ ବିଜୟ ଲାଭକରିଥିଲା । ଚୌଦ୍ୱାରରୁ ନିର୍ବାଚିତ ବିଜୁ ପଟ୍ଟନାୟକ ପ୍ରଥମଥର ନିମନ୍ତେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରି ୨ ଅକ୍ଟୋବର ୧୯୬୩ ଯାଏଁ ପଦବୀରେ ରହିଥିଲେ । କଂଗ୍ରେସ ପାର୍ଟିକୁ ପୁଣି ସତେଜ କରିବା ପାଇଁ ସେ କାମରାଜ ଯୋଜନାରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ ।

ବିଜୁ ବାବୁ ଓ ଇନ୍ଦିରା ଗାନ୍ଧୀଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଥିଲା, ହେଲେ ୧୯୬୯ ରାଷ୍ଟ୍ରପତି ନିର୍ବାଚନ ବେଳେ ତାଙ୍କ ଭିତରେ ମନୋମାଳିନ୍ୟ ହୋଇଯିବାରୁ ଓ ୧୯୭୧ରେ ହୋଇଥିବା ରାଜ୍ୟ ସଭା ନିର୍ବାଚନ ନିମନ୍ତେ କଂଗ୍ରେସ ଟିକଟ ନପାଇବାରୁ ସେ କଂଗ୍ରେସ ପାର୍ଟି ଛାଡ଼ି ଉତ୍କଳ କଂଗ୍ରେସ ନାମରେ ଏକ ନୂତନ ଦଳ କରିଥିଲେ |୧୯୮୦ରେ ବିଜୁ ବାବୁ ଲୋକ ସଭାକୁ ନିର୍ବାଚିତ ହେଲେ ଏବଂ ପୁଣିଥରେ ୧୯୯୬ରେ ଲୋକ ସଭାକୁ ନିର୍ବାଚିତ ହେଇଥିଲେ । ୧୯୯୦ ରାଜ୍ୟ ବିଧାନ ସଭା ନିର୍ବାଚନରେ ଜନତା ଦଳ ଜିତିଲା ଏବଂ ଆଉଥରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୯୫ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହ କରିଥଲେ ।

ଓଡ଼ିଶା ସରକାର ଅନେକ ଅନୁଷ୍ଠାନକୁ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଅଛନ୍ତି । ଭୁବନେଶ୍ୱରରେ ଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦର  ସେଥିମଧ୍ୟରୁ ଅନ୍ୟତମ । ତାଙ୍କ ଜନ୍ମ ଦିବସ ମାର୍ଚ ୫କୁ ପଞ୍ଚାୟତି ରାଜ ଦିବସ ଭାବରେ ପାଳନ କରାଯାଉଛି ।

Related post

ବାରମ୍ବାର ଛିଙ୍କିବା ଟେନସନ ବଢିଥାଏ କି? ଏହି ଘରୋଇ ଉପଚାରରୁ ଆପଣ ଆରାମ ପାଇପରିବେ |

ବାରମ୍ବାର ଛିଙ୍କିବା ଟେନସନ ବଢିଥାଏ କି? ଏହି ଘରୋଇ ଉପଚାରରୁ ଆପଣ…

ସ୍ୱାସ୍ଥ୍ୟ10/12(ଫୋକସ ପ୍ଲସ)ବାରମ୍ବାର ଛିଙ୍କରୁ କିପରି ମୁକ୍ତି ପାଇବେ: ଛିଙ୍କିବା ଅତି ସାଧାରଣ, କିନ୍ତୁ ଶୀତଦିନେ କିମ୍ବା ପାଗ ପରିବର୍ତ୍ତନ ହେଲେ ଏହାର ଆବୃତ୍ତି ଯଥେଷ୍ଟ ବୃଦ୍ଧି ପାଇଥାଏ |…
ସୋମବାର ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ କରିବେ ପ୍ରଧାନମନ୍ତ୍ରୀ ମୋଦୀ |

ସୋମବାର ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ…

ନୂଆଦିଲ୍ଲୀ10/12(ଫୋକସ ପ୍ଲସ); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକାଶ ଭାରତ @ 2047: ଭଏସ୍ ଅଫ୍ ୟୁଥ୍’ ଲଞ୍ଚ କରିବେ ।ଏହି କାର୍ଯ୍ୟକ୍ରମରେ ମୋଦି…
ମାୟାବତୀଙ୍କ ବଡ ନିଷ୍ପତ୍ତି,ପୁତୁରା ଆକାଶ ଆନନ୍ଦ ଉତ୍ତରାଧିକାରୀ ଭାବରେ ମନୋନୀତ କଲେ |

ମାୟାବତୀଙ୍କ ବଡ ନିଷ୍ପତ୍ତି,ପୁତୁରା ଆକାଶ ଆନନ୍ଦ ଉତ୍ତରାଧିକାରୀ ଭାବରେ ମନୋନୀତ କଲେ…

ଉତ୍ତରପ୍ରଦେଶ10/12(ଫୋକସ ପ୍ଲସ); ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ବାହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ରବିବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ଦଳ ବୈଠକରେ ତାଙ୍କ ପୁତୁରା…

Leave a Reply

Your email address will not be published. Required fields are marked *