ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍ଯ୍ୟକାଳର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକାର୍ପଣ ଉତ୍ସବ।

ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍ଯ୍ୟକାଳର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକାର୍ପଣ ଉତ୍ସବ।

ଫୋକସ ପ୍ଲସ ୪/୬/୨୨(ବାଲେଶ୍ଵର):ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ତରଫରୁ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍ଯ୍ୟକାଳର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ରିପୋର୍ଟ କାର୍ଡର ଲୋକାର୍ପଣ ଉତ୍ସବ ସ୍ଥାନୀୟ ରାଜସ୍ଥାନ ଭବନରେ ଉଜ୍ଜାପିତ ହୋଇଯାଇଛି। ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଲୋକାର୍ପଣ ଉତ୍ସବରେ ନଗର ସଭାପତି ଚିତ୍ତରଞ୍ଜନ ପଣ୍ଡା ମଞ୍ଚ ଆହ୍ବାନ କରିଥିଲେ। ଅତିଥି ପରିଚୟ, ଭାରତମାତା ପୂଜନ ଓ ସାମୁହିକ ବନ୍ଦେ ମାତରଂ ଗାନ ପରେ ଲୋକାର୍ପଣ ଉତ୍ସବ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା। ପ୍ରଥମେ ଦଳିୟ କାର୍ଯ୍ୟକର୍ତ୍ତା, ବିଭିନ୍ନ ମୋର୍ଚ୍ଚା ଓ ବିଧାନସଭା ସ୍ତରରୁ ସାଂସଦ ମହୋଦୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଲୋକାର୍ପଣ ଉତ୍ସବକୁ ଜିଲ୍ଲା ଗଣମାଧ୍ୟମ ସଂଯୋଜକ ଶ୍ରୀନିବାସ ପ୍ରଧାନ ପରିଚାଳନା କରିଥିଲେ। ମଞ୍ଚାସିନ ନେତୃମଣ୍ଡଳୀ ଦ୍ଵାରା ସାଂସଦଙ୍କ ତିନି ବର୍ଷର ରିପୋର୍ଟ କାର୍ଡ ଉନ୍ମୋଚିତ ହେବା ପରେ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ମହାପାତ୍ର ସାଂସଦଙ୍କ ଦ୍ବାରା ବିଗତ ତିନି ବର୍ଷରେ କରାଯାଇଥିବା କାର୍ଯ୍ୟର ବିବରଣୀ ପାଠ କରିଥିଲେ। ପୁର୍ବତନ ସଦର ବିଧାୟିକ ଜୀବନ ପ୍ରଦୀପ ଦାସ, ବଡ଼ସାହି ବିଧାୟକ ସନାତନ ବିଜୁଳି, ରେମୁଣାର ପୁର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସୋର ବିଧାୟକ ପାର୍ଥୀ ରାକେଶ ମଲ୍ଲିକ, ଭୋଗରାଇ ବିଧାୟକ ପାର୍ଥୀ ଅଂଶୁମାନ ମହାନ୍ତି ଓ ରାଜ୍ୟ ସମ୍ପାଦିକା ଶିପ୍ରା ବାଜପେୟୀ ତାଙ୍କ ବ୍ଯକ୍ତବ୍ଯରେ ବିଗତ ତିନି ବର୍ଷରେ ସାଂସଦଙ୍କ ସହିତ ତାଙ୍କ ଉପଲବ୍ଧି ଓ ଲୋକାଭିମୁଖୀ କାର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ। ଲୋକାର୍ପଣ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ପୁର୍ବତନ ଜିଲ୍ଲା ସଭାପତି ଲମ୍ବୋଦର ନାୟକ, ପୁର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୋଭନା ମହାନ୍ତି, ଶୁଭଙ୍କର ମହାପାତ୍ର ଓ ପର୍ଶୁରାମ ବେହେରା, ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡା ଓ ଇଶ୍ଵର ଚନ୍ଦ୍ର ବେହେରା ମଞ୍ଚାସିନ ଥିଲେ।

ବାଲେଶ୍ୱର ରୁ ଗୁରୁ ପ୍ରସାଦ ବାରିକ୍ ଫୋକସ ପ୍ଲସ

Related post

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ବନ ବିଭାଗ ର ନିଷ୍କ୍ରିୟତା, ବୃଦ୍ଧି ପାଉଛି ବେଆଇନ କରତକଳ

ଫୋକସ ପ୍ଲସ (ନିମାପଡ଼ା) ୦୭/୦୭/୨୦୨୨: ପୁରୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ, ଅସ୍ତରଙ୍ଗ ଓ ଗୋପ ବନାଞ୍ଚଳ ରେଞ୍ଜର ଙ୍କ ନିଷ୍କ୍ରିୟତା କାରଣ ରୁ ନିମାପଡା, ଗୋପ, ତୁଳସୀପୁର, ଆମ୍ପୋର,ବେଲପଡା,…
ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…

Leave a Reply

Your email address will not be published.