ଅସୁରକ୍ଷିତ ଅନୁଗୋଳ ସହର
- ଅପରାଧଆଞ୍ଚଳିକରାଜ୍ୟ
- June 12, 2022
- No Comment
- 226
ଫୋକସ ପ୍ଲସ ୧୨/୬/୨୨(ଅନୁଗୁଳ): ଦିନ ଦ୍ଵିପହରରେ ଚାଲିଛି ଲୁଟେରାଙ୍କ ରାଜ ଅନୁଗୁଳ ସହରରେ ପ୍ରତ୍ୟେକ ଦିନ ଲୁଟେରାଙ୍କ ଉତ୍ପାତ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି। ଶନିବାର ଅନୁଗୁଳ ଉପକଣ୍ଠ ଗୀତାଗ୍ରାମରେ ଘରେ କେହି ନ ଥିବାର ସୁଯୋଗ ନେଇ ଲୁଟେରା ମାନେ ଘରେ କଳାକନା ବୁଲାଇଛନ୍ତି । ସୂଚନା ଅନୁସାରେ ଗୀତାଗ୍ରାମର ଶାଶ୍ଵତ କୁମାର ଦାସଙ୍କ ପରିବାର ଆଜି ଅପରାହ୍ନ ଚାରିଟା ବେଳେ ତାଳଚେରସ୍ଥିତ ଭାଇ ଘରକୁ ଯାଇଥିଲେ । ସେମାନେ ଯିବା ବେଳେ ଘର ଭିତର ଓ ବାହାର ଗେଟକୁ
ତାଲା ପକାଇଥିଲେ । କିନ୍ତୁ ସନ୍ଧ୍ୟାରେ ଫେରିବା ବେଳକୁ ଘରର ମୁଖ୍ୟ ଗ୍ରୀଲ ଓ ଭିତର କବାଟ ଖୋଲା ଥିଲା । ଘର ଭିତରକୁ ଯାଇ ଦେଖିବା ବେଳକୁ ଆଲମାରୀ ଭଙ୍ଗା ଯାଇଥିବା ବେଳେ ସେଥିରେ ଥିବା ନଗଦ ୫୦ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଯାଇଥିବା ଦେଖିଥିଲେ । ଏ ଦେଖି ସେ ଅନୁଗୁଳ ଟାଉନ୍ ଥାନାରେ ଲିଖିତ ଅଭିଯୋଗକରିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।