ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱର୍କରସ ଆସୋସିଏସନ୍ର ବୈଠକ

ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱର୍କରସ ଆସୋସିଏସନ୍ର ବୈଠକ

ଫୋକସ ପ୍ଲସ ୧୩/୬/୨୨ (କାଶୀପୁର ): ଭାରତୀୟ ମଜଦୁର ସଂଘ ଦ୍ୱାରା ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱ।ର୍କରର୍ସ ଆସୋସିଏସନ୍ ର କାଶୀପୁର ବ୍ଳକ ସମ୍ପାଦିକ ଗୌରୀ ପଣ୍ଡା କସାଧକ୍ଷ ବିଷ୍ଣୁପ୍ରିୟା ଧଳଙ୍କ ନେତୃତ୍ୱରେ କାଶୀପୁର ହାଟପଦା ଠାରେ ବ୍ଳକ ସ୍ତରୀୟ ବୈଠକ ହଇଥିଲା । ଉକ୍ତ ବୈଠକରେ ମୂଖ୍ୟ ଅତିଥି ଭାବେ ଶ୍ରମିକ ନେତା ଭାରତୀୟ ମଜଦୁର ସଂଘର ରାଜ୍ଯ ସଂପାଦକ ଶ୍ରୀ ଯୋଗେଶ୍ଵର ଦାସ, ସମ୍ମାନୀୟ ଅତିଥି ଭାବେ ଭାରତୀୟ ମଜଦୁର ସଂଘର ଜିଲ୍ଲା ଉପସଭାପତି ମହନ ରାଓ ମାଝି, ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱ।ର୍କରର୍ସ ଆସୋସିଏସନ୍ ର ଜିଲ୍ଲା ସଭାନେତ୍ରୀ ଜୟନ୍ତୀ ପଦ୍ମାଳୟା ସାହୁ , ଜିଲ୍ଲା ସଂପାଦିକା ଉଷାରାଣୀ ଦାଶ , ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଗଣେଶ କୁମାର ସାହୁ, ପରମାନନ୍ଦ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ , ବୈଠକ ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ବଳନ ସହ ଶ୍ରମିକ ଗୀତ ଗାନ କରି ବ୍ଳକରେ ମୃତ୍ୟୁ ବରଣ କରିଥିବା ଅଙ୍ଗନୱାଡ଼ି ୱାର୍କରସ ମମତା ବିଶି ,ସୁବାସିନି ବାଗ, ଏବଂ ଅନ୍ୟ କାର୍ଯ୍ୟକର୍ତା ମାନଙ୍କର ଅମରଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାଥନା କରି , ଅତିଥିମାନେ ନିଜ ବକ୍ତବ୍ୟରେ ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୂଖ୍ୟ ଭୂମିକା ନେଉଥିବା ସହ ଶିଶୁ ମୃତ୍ୟୁ ହାର ମା ମୃତ୍ୟୁହାର କମାଇବାରେ, ମୂଖ୍ୟ ଭୂମିକା ନେଉଥିବା ଅଙ୍ଗନୱାଡ଼ି କର୍ମୀ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଏବଂ ଅଣଦେଖାକୁ ଦୃଢ଼ ବିରୋଧ କରିଥିଲେ।ଓ ସରକାରଙ୍କ ଓଜନ ସପ୍ତାହ କାର୍ଯ୍ୟକ୍ରମ କରିବା ଦ୍ଵାରା କର୍ମୀମାନେ ବିଭ୍ରାନ୍ତ ହେଉଥିବାରୁ ସେହି କାର୍ଯ୍ୟକ୍ରମକୁ ମୋବାଇଲ ମାଧ୍ୟମରେ ବନ୍ଦକରି କାମକୁ ଖାତା ପତ୍ର ମାଧ୍ୟମରେ କରିବା ପାଇଁ ସରକାରଙ୍କ ନିକଟରେ ଅନୁରୋଧ କରିବା ପାଇଁ ନିଷ୍ପତ୍ତି ନିଆ ଯାଇଥିଲା।ରାଜ୍ୟ ସରକାର ଘୋଷଣା କରିଥିବା ଗ୍ରୀଷ୍ମ କାଳୀନ ଛୁଟି ମିଳିଲା ନାହିଁ , କାଶୀପୁର ବ୍ଲକର ଅଗ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ ୨୦୨୦ ମସିହାର ୭ ମାସର ଦରମା ମିଳିନଥିବାରୁ ଦୃଢ଼ ବିରୋଧ କରାଯାଇଥିଲାଏବଂଅଙ୍ଗନୱାଡ଼ି କର୍ମୀ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଅବହେଳା ଏବଂ ଅଣଦେଖାକୁ ବିରୋଧ କରିବା ସହ ଆସନ୍ତା ଦିନରେ ସରକାର ଏବଂ ଜିଲ୍ଲା ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ସମାଧାନ ନକରନ୍ତି ତାହା ହେଲେ ଆସନ୍ତା ଦିନରେ ଭାରତୀୟ ମଜଦୁର ସଂଘ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବୁ ବଲି ଚେତାବନୀ ଦେଇଥିଲେ l ଉକ୍ତ ବୈଠକରେ ବ୍ଳକର ସମସ୍ତ ଅଙ୍ଗନୱାଡ଼ି , ମିନୀ ଅଙ୍ଗନୱାଡ଼ି ଏବଂ ସହାୟିକା ଯୋଗ ଦେଇଥିଲେ।

କାଶୀପୁର ବ୍ଲକ ରୁ କର୍ଣ୍ଣ କନ୍ଦପାଣି ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଦୃଷ୍ଟିହୀନ ଟ୍ଵେଣ୍ଟି-୨୦ ବିଶ୍ଵକପ୍ ସମ୍ଭାବ୍ୟ ଦଳରେ ନକୁଳ ବଡନାୟକ

ଫୋକସ ପ୍ଲସ (ଲମତାପୁଟ) ୦୭/୦୭/୨୦୨୨: ଆଦିବାସୀ ଅଦ୍ୟୁଷିତ କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକ୍ ବାଲେଲ ପଞ୍ଚାୟତ ପିପଲପୁଟ ଗ୍ରାମର ଗୋରିବ ଆଦିବାସୀ ପରିବାରର ଯୁବକ ନକୁଳ ବଡନାୟକ…
ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ସ୍ୱାମୀଙ୍କ ଜୀବନ ପାଇଁ ଭିକ୍ଷାବୃତି କରୁଛନ୍ତି ସ୍ତ୍ରୀ

ଫୋକସ ପ୍ଲସ (ଜଳେଶ୍ୱର) ୦୭/୦୭/୨୦୨୨: ହସପିଟାଲ ବେଡ୍ ରେ ପଡି ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ସ୍ବାମୀ , ଏପଟେ ସ୍ବାମୀ ଙ୍କ ଜୀବନ ବଞ୍ଚାଇବା ପାଂଇ…
ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ସମିତିର ସଭାପତି ଭାବେ ନିର୍ବାଚିତ ଗଗନ ବିହାରୀ ବାରିକ

ଫୋକସ ପ୍ଲସ (ଆଠମଲ୍ଲିକ) ୦୭/୦୭/୨୦୨୨: ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ଷୋଳପଦା ଅଂଚଳ ଆମ୍ବାସରମୁଣ୍ଡା ସେବା ସମବାୟ ସମିତିର ପ୍ରଥମ ପର୍ଯ୍ୟାୟ ଭୋଟ ମତଦାନ ଦିବସରେ ରେ ଗଗନ ବିହାରୀ…

Leave a Reply

Your email address will not be published.