ଦୁଇଫୁଟ ଉଚ୍ଚର ପାଣି, ଦୁଇ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ

ଦୁଇଫୁଟ ଉଚ୍ଚର ପାଣି, ଦୁଇ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ

ଫୋକସ ପ୍ଲସ ୧୬/୬/୨୨(ଲାଞ୍ଜିଗଡ଼): ଆଜି ଅପରାହ୍ନରେ ଲାଞ୍ଜିଗଡ଼ ବ୍ଲକର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ହେବା ଯୋଗୁଁ ଲୋକେ ଗ୍ରୀଷ୍ମତାତିରୁ ସାମାନ୍ୟ ତ୍ରାହି ପାଇଛନ୍ତି। ତେବେ ପ୍ରବଳ ବର୍ଷା ଯୋଗୁଁ ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼ ଠାରୁ ବିଜେପୁର ସଂଯୋଗ କରୁଥିବା ରାସ୍ତାର ସାପଚଞ୍ଚରା ନିକଟରେ ଥିବା ଏକ କଲଭଟରେ ଦୁଇ ଫୁଟ ଉଚ୍ଚର ପାଣି ପ୍ରବାହିତ ହେବାରୁ ଯାତାୟାତ ବେଶ ସମୟ ଯାଏଁ ବାଧାପ୍ରାପ୍ତ ହୋଇଥିଲା। ଦିର୍ଘ ଦୁଇ ଘଣ୍ଟା ଯାଏଁ ଏହି ରାସ୍ତାରେ ପାଣି ଜମି ରହିବାରୁ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏପରିକି ଚାରିଚକିଆ ଦୁଇଚକିଆ ଯାନ ସବୁ ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଥିଲା। ସୂଚନାଯୋଗ୍ୟ ବିଜେପୁର ଠାରୁ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ଏହି ରାସ୍ତା ଉଭୟ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ବ୍ଲକ ତଥା ରାୟଗଡ଼ା ଜିଲ୍ଲାର କୈଳ୍ୟାଣିସିଂପୁର ବ୍ଲକକୁ ସଂଯୋଗ କରିବା ପାଇଁ ଏକ ମୁଖ୍ୟ ରାସ୍ତା ଅଟେ। ଏହି ରାସ୍ତାର ସାପଚଞ୍ଚରା ନିକଟସ୍ଥ କଲଭଟରେ ବର୍ଷା ପାଣି ବହିବା ସହିତ ଦୁଇଫୁଟ ଉଚ୍ଚର ପାଣି ପ୍ରବାହିତ ହେବା ଯୋଗୁଁ ଲୋକେ ଆଜି ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଉଛନ୍ତି।

Related post

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ l

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ…

କୋରାପୁଟ୧୭/୦୩/୨୦୨୪; ଏହି ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲା ପ୍ରଶାସନର ପୂର୍ବ ପ୍ରସ୍ତୁତିକୁ ନେଇ ସାମ୍ବାଦିକ ସମ୍ବିଳନୀ l ଓଡ଼ିଶାରେ ଲୋକସଭା ନିର୍ବାଚନ ସମେତ ଓଡିଶା ବିଧାନସଭା…
ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ପାଟକୁରା୧୭/୦୩/୨୦୨୪; ପଦ୍ମପୁର ପଞ୍ଚାୟତର ବିଚଣା ଗ୍ରାମର ପାନୀୟ ଜଳର ଉତ୍କଟ ସମସ୍ୟାର ସମାଧାନ ପାଇଁ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଦାଇତ୍ୱ ତଥା ବେଦୁ ବାବୁଙ୍କର ଅଧୁରା ସ୍ୱପ୍ନକୁ…

ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି…

ଫୋକସ ପ୍ଲସ(breaking news୧୭/୦୩/୨୦୨୪); 1. ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି ସମାନ | ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଅବକାରୀ ଦୁର୍ନୀତି ମାମଲାରେ…

Leave a Reply

Your email address will not be published. Required fields are marked *