ଅପରାଧ ଘଟାଇବାର ନୂଆ ଷ୍ଟାଇଲ

ଅପରାଧ ଘଟାଇବାର ନୂଆ ଷ୍ଟାଇଲ

ଫୋକସ ପ୍ଲସ (ନବରଙ୍ଗପୁର) ୦୩/୦୭/୨୦୨୨: ଚୋର ଙ୍କ ଧୁମ୍ ଫିଲ୍ମ୍ ଷ୍ଟାଇଲ । ଚୋରି କରି ଚୋର ଲେଖିଲେ ଧୁମ୍ ୪ , ସାମଗ୍ରୀ ଚୋରି କଲେ ଓ ଯିବା ପୂର୍ବରୁ ଚୋର ମାନେ ମାନେ ବ୍ଲାକ୍‌ ବୋର୍ଡରେ ଇଟ୍‌ସ ମି ଧୁମ-୪, କମିଙ୍ଗ୍‌ ଶୁନ୍‌ l “ସ୍କୁଲ ପିଲା ଧରିପାରିଲେ ଧର ” । ଯାହା ଚର୍ଚ୍ଚା ପାଲଟିଛି। ବିଦ୍ୟାଳୟରୁ କମ୍ପ୍ୟୁଟର ସମେତ ବିଭିନ୍ନ ସାମଗ୍ରୀ ଚୋରି କଲେ ଓ ଯିବା ପୂର୍ବରୁ ଚୋର ମାନେ ମାନେ ବ୍ଲାକ୍‌ ବୋର୍ଡରେ ଇଟ୍‌ସ ମି ଧୁମ-୪, କମିଙ୍ଗ୍‌ ଶୁନ୍‌ l “ସ୍କୁଲ ପିଲା ଧରିପାରିଲେ ଧର ” ବୋଲି ଲେଖି ପୁଲିସକୁ ‌ଖୋଲାଖୋଲି ଚ୍ୟାଲେଞ୍ଜ କଲେ l ଏଭଳି ଏକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକର ଇନ୍ଦ୍ରାବତୀ ସ୍ଥିତ ଖାତିଗୁଡ଼ା ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ।

ନବରଙ୍ଗପୁର ଜିଲ୍ଲା ଗତ ଶୁକ୍ରବାର ଦିନ ରଥଯାତ୍ରା ପାଇଁ ସ୍କୁଲ ଛୁଟି ଥିବାରୁ ସ୍କୁଲ ବନ୍ଦ ରହିଥିଲା ତେବେ ସେଦିନ ତା ପରଦିନ ଅର୍ଥାତ୍ ଶନିବାର ଦିନ ସ୍କୁଲ ଫାଟକ ଖୋଲିବା ବେଳେ ବିଦ୍ୟାଳୟର ମୁଖ୍ୟ ଫାଟକର ଚାବି ଭାଙ୍ଗି ହୋଇ ପ୍ରଧାନଶିକ୍ଷକଙ୍କ କକ୍ଷରେ ଥିବା ୨ଟି ତାଲା ଭାଙ୍ଗି କମ୍ପ୍ୟୁଟର, ପ୍ରିଣ୍ଟର୍ କମ୍‌ ଜେରକ୍ସ ମେସିନ୍‌, ଏବଂ ସାଉଣ୍ଡ ବକ୍ସ, ଏନଂଫଲ୍ଫେୟାର ତାର, କୋଡ, ମାଉଥ ମେସିନ ଚୋରି କରିଥିଲେ। ଚୋରି ହୋଇଥିବା ଏହି କମ୍ପ୍ୟୁଟର ରେ ସ୍କୁଲର ବିଭିନ୍ନ ତଥ୍ୟ, ପରୀକ୍ଷା ସମ୍ବନ୍ଧୀୟ ତଥ୍ୟ ସହ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ବିଭିନ୍ନ ତଥ୍ୟ ରହିଥିଲା । ଚୋରି କରି ଚମ୍ପଟ ମାରିବା ପୂର୍ବରୁ ଦୁର୍ବୃତ୍ତ ପୁଲିସ ତଥା ସ୍କୁଲ କର୍ତ୍ତୃପକ୍ଷଙ୍କୁ ଚ୍ୟାଲେଞ୍ଜ ଦେବା ପାଇଁ ବ୍ଳାକ୍‌ ବୋର୍ଡରେ ‌ଇଟ୍‌ସ ମି ଧୁମ-୪ ଲେଖିଥିଲେ। ଏପରିକି ଦୁର୍ବୃତ୍ତମାନେ କମିଙ୍ଗ୍‌ ଶୁନ୍‌, ସ୍କୁଲ ପିଲା ଧରିପାରିଲେ ଧର ଏବଂ ଆମେ ପୁଣି ଆସିବୁ ବୋଲି ଲେଖି ଚାଲି ଯାଇଥ‌ିଲେ l ଏଥିସହ ବ୍ଲାକ ବୋର୍ଡ ରେ କିଛି ମୋବାଇଲ ନମ୍ୱର୍ ଲେଖିଛନ୍ତି । ଯେଉଁଥିରେ ସ୍କୁଲ ଶିକ୍ଷକ ଙ୍କ ନମ୍ୱର୍ ମଧ୍ଯ ରହିଛି । ରଥଯାତ୍ରା ପାଇଁ ସ୍କୁଲ ଛୁଟି ଥିବାରୁ ଶନିବାର ସକାଳେ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଦ୍ୟାଳୟରେ ପହଞ୍ଚିବା ପରେ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଜାଣିବାକୁ ପାଇବା ସହ ଚୋରମାନେ ବ୍ଲାକ୍‌ ବୋର୍ଡରେ ଲେଖିଥିବା ଲେଖାକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଖାତିଗୁଡ଼ା ଥାନାରେ ଅଭିଯୋଗ କରିବା ପରେ ପୁଲିସ ପହଞ୍ଚି ତଦନ୍ତ କରୁଛି l କିନ୍ତୁ ଦୁର୍ବୃତ୍ତମାନେ ଖୋଲାଖୋଲି ଚ୍ୟାଲେଞ୍ଜ କରିଥିବା ବେଳେ ସେମାନଙ୍କୁ ଖୋଜି ବାହାର କରିବା ବର୍ତ୍ତମାନ ପୁଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଥିବା ବେଳେ ଏଭଳି ଘଟଣା ଲୋକଲୋଚନ କୁ ଆସିଲା ପରେ ସମଗ୍ର ଜିଲ୍ଲାରେ ଚର୍ଚ୍ଚାର ବି‌ଷୟ ପାଲଟିଛି। ବର୍ତ୍ତମାନ ଖାତିଗୁଡା ଥାନା ତରଫରୁ ତଦନ୍ତ ଚାଲିଛି ଓ ଘଟଣା ସ୍ଥଳରେ ସାଇଁଟିଫିକ ଟିମ ଓ ପୋଲିସ ସନ୍ଧାନୀ କୁକୁର ର ସାହାଯ୍ୟ ନେଇ ତଦନ୍ତ ଜାରିରଖିଛି ।

ନବରଙ୍ଗପୁର ରୁ ପଙ୍କଜ ଚନ୍ଦ୍ର ନାୟକ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ l

ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲାପାଳଙ୍କ ସାମ୍ବାଦିକ ସମ୍ବିଳନୀ…

କୋରାପୁଟ୧୭/୦୩/୨୦୨୪; ଏହି ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଜ଼ିଲ୍ଲା ପ୍ରଶାସନର ପୂର୍ବ ପ୍ରସ୍ତୁତିକୁ ନେଇ ସାମ୍ବାଦିକ ସମ୍ବିଳନୀ l ଓଡ଼ିଶାରେ ଲୋକସଭା ନିର୍ବାଚନ ସମେତ ଓଡିଶା ବିଧାନସଭା…
ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ଦୀର୍ଘ ତିନି ବର୍ଷର ସମସ୍ୟା ଓ ସଙ୍ଘର୍ଷର ଅନ୍ତ ଘଟିଲା।

ପାଟକୁରା୧୭/୦୩/୨୦୨୪; ପଦ୍ମପୁର ପଞ୍ଚାୟତର ବିଚଣା ଗ୍ରାମର ପାନୀୟ ଜଳର ଉତ୍କଟ ସମସ୍ୟାର ସମାଧାନ ପାଇଁ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଦାଇତ୍ୱ ତଥା ବେଦୁ ବାବୁଙ୍କର ଅଧୁରା ସ୍ୱପ୍ନକୁ…

ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି…

ଫୋକସ ପ୍ଲସ(breaking news୧୭/୦୩/୨୦୨୪); 1. ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ଫୁଣି ସମାନ | ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଅବକାରୀ ଦୁର୍ନୀତି ମାମଲାରେ…

Leave a Reply

Your email address will not be published. Required fields are marked *