ରାଜ୍ୟରେ ବଢୁଛି କରୋନା ଗ୍ରାଫ I

ରାଜ୍ୟରେ ବଢୁଛି କରୋନା ଗ୍ରାଫ I

 

 

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୮୨୪୦ କୁ ବୃଦ୍ଧି ପାଇଛି । ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୩୫ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୪୪ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧୧ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *