ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୋକସ ପ୍ଲସ(ମାଲକାନଗିରି)୧୩/୦୮/୨୦୨୨: ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲ୍ଲା ସଦର ମହକୁମାରେ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ସମସ୍ତ କର୍ମଚାରୀ ଓ ଅନେକ ପଦାଧିକାରୀ ମାନେ ନିଶାମୁକ୍ତ ଭାରତ ଗଠନ ଓ ନିଶା ସେବନ ଠାରୁ ଦୂରେଇ ରହିବା ପାଇଁ ଶପଥ ନେଇଛନ୍ତି । ଏହାସହ ଜିଲ୍ଲା ସଦର ମହକୁମାରେ ଥିବା ମାଲକାନଗିରି ମହାବିଦ୍ୟାଳୟରେ ଆଜାଦିକା ଅମୃତ ମହୋତ୍ସବ ଅବସରରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ. ରଞ୍ଜନ କୁମାର ସ୍ୱାଇଁ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ମାଲକାନଗିରି ଜିଲ୍ଲାର ଭାରପ୍ରାପ୍ତ ଜିଲ୍ଲାପାଳ ମହେଶ୍ବର ଚନ୍ଦ୍ର ନାୟକ ଯୋଗଦେଇ ଯୁବପିଢ଼ି କିପରି ଭାବରେ ନିଶାଠାରୁ ଦୂରେଇ ରହିବେ ସେଥିପ୍ରତି ସଚେତନ କରିଥିଲେ । ମୁଖ୍ୟ ବକ୍ତା ଭାବରେ ଡ଼ଃ. ଦୁର୍ଗାପ୍ରସାଦ ରାଜ, ଭୁତାଣୁ ବିଶେଷଜ୍ଞ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ନିଶା ସେବନର ଭୟବହାତ ଉପରେ ବୁଝାଇଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଦ୍ମରଞ୍ଜନ ଦାସ ଯୋଗ ଦେଇ ନିଶାମୁକ୍ତ ରହି ଏକ ସୁସ୍ଥ ଜୀବନ ଗଠନ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ସ୍ୱତନ୍ତ୍ର ଅତିଥି ଭାବରେ ଜ୍ୟୋତିର୍ମୟୀ ଆଚାର୍ଯ୍ୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ ନିରଞ୍ଜନ ପୂଜାରୀ, ଅଧ୍ୟାପକ ଉମେଶ ଚନ୍ଦ୍ର ରାଉତ, ଅଧ୍ୟାପକ ଲିଙ୍ଗରାଜ ମିଶ୍ର, ଅଧ୍ୟାପକ ଜିମୁତ ନାୟକ, ତପନ କୁମାର ବେହେରା, ପ୍ରଦୀପ ଓରାମ, ଅରୁଣ କୁମାର ପାଣ୍ଡରାଙ୍କୀ ପ୍ରମୁଖ ଯୋଗଦେବା ସହିତ ଅନ୍ୟାନ୍ୟ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ତଥା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ଏହି ସଭାରେ ନିଶାଠାରୁ ଦୂରେଇ ରହିବା ପାଇଁ ଏକ ଶପଥ ପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ ଓ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ସହିତ ବହୁତ ଯୁବଗୋଷ୍ଠୀ ଏହି ଶପଥ ପାଠରେ ଭାଗନେଇଥିଲେ । ସଭା ଶେଷରେ ଅଧ୍ୟାପକ ଗୌତମ ନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ ଯୁବ ଦିବସ ମଧ୍ୟ ପାଳିତ ହୋଇଥିଲା । ସମାନ ରୂପେ ମାଲକାନଗିରି ବିଜ୍ଞାନ ଯୁକ୍ତ ଦୁଇ ବିଦ୍ୟାଳୟରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Related post

ଇରାନ ବିମାନରେ ବୋମା ବିସ୍ଫୋରଣ

ଇରାନ ବିମାନରେ ବୋମା ବିସ୍ଫୋରଣ

ଫୋକସ ପ୍ଲସ(ବ୍ୟୁରୋ): ଇରାନ ବିମାନରେ ବୋମା ବିସ୍ଫୋରଣ ପରେ ଭାରତୀୟ ବାୟୁସେନା ଜେଟଗୁଡିକ ଛଡ଼ାଯାଇଥିଲା। IAF ଏବଂ ସୁରକ୍ଷା ଏଜେନ୍ସିମାନେ ଚୀନ୍ ଅଭିମୁଖେ ଯାଉଥିବା ବିମାନକୁ ଭାରତୀୟ ବାୟୁମଣ୍ଡଳରୁ…
କାଟିନୋଲେ ଲକ୍ଷାଧିକ ଟଙ୍କାର ଗଛ

କାଟିନୋଲେ ଲକ୍ଷାଧିକ ଟଙ୍କାର ଗଛ

ଫୋକସ ପ୍ଲସ(ବ୍ରହ୍ମଗିରି): ବ୍ରହ୍ମଗିରିପୁର୍ବ ବିବାଦରୁ ଓ ଆକ୍ରମଣ ଘଟଣାରେ ଦ୍ରୃବୁତ ମାନେ ଜଙ୍ଗଲରୁ କାଟିନୋଲେ ଲକ୍ଷାଧିକ ଟଙ୍କାର ଗଛ |ବ୍ରହ୍ମଗିରି ଥାନା ନିକଟସ୍ଥ କାଳିକା ବାଡି ଗ୍ରାମରେ ପୁର୍ବ…

ସମ୍ପନ୍ନ ହେଲା ଛତର ଯାତ୍ରା ଉତ୍ସବ

ଫୋକସ ପ୍ଲସ(ଥୁଆମୂଳ ରାମପୁର): କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ଵରୀଙ୍କ ଛତର ଯାତ୍ରା ମହା ସମାରୋହରେ ଥୁଆମୂଳ ରାମପୁର ଠାରେ ସମ୍ପନ୍ନ ହୋଇଯାଇଛି। ଦୁଇ ବର୍ଷ କାଳ…

Leave a Reply

Your email address will not be published.