ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଦିବସ ପାଳିତ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଦିବସ ପାଳିତ

ଫୋକସ ପ୍ଲସ(ନବରଙ୍ଗପୁର)୨୧/୦୮/୨୦୨୨: ଜିଳ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ ଅବସରରେ ଶପଥ ପାଠ ଉଚ୍ଛବ ପାଳନ ହୋଇଯାଇଛି। ଜିଲ୍ଲାପାଳ ଡଃ ମିଶ୍ର, ଜାତି ସମ୍ପ୍ରଦାୟ କ୍ଷେତ୍ର, ଧର୍ମ ଅଥବା ଭାଷା ଭିତ୍ତିକ ଭେଦଭାବ, ହିଂସା ର ସାହଯ୍ୟ ବିନା ସବୁ ପ୍ରକାର ମତଭେଦ କଥାବାର୍ତ୍ତା ଏବଂ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବା ପାଇଁ ଭାରତ ବାସୀଙ୍କ ଭାବନାତ୍ମକ ଏକତା ଏବଂ ସଦଭାବନା ନିମନ୍ତେ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଙ୍କୁ ଶପଥ ପାଠ କରାଇଥିଲେ। ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ନବରଙ୍ଗପୁର ଭାସ୍କର ରଇତ, ଡେପୁଟି ଜିଲ୍ଲାପାଳ ନିର୍ମଳ ନାୟକ ମୌସୁମୀ ନାୟକ ସୁବ୍ରତ ବେହେରା, ଅଧିକ୍ଷକ ଯନ୍ତ୍ରୀ ପୂର୍ତ୍ତବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ବାସ, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ,ଜିଲ୍ଲା କ୍ରୀଡା ଅଧିକାରୀ, ମହେନ୍ଦ୍ର କୁମାର ସାହୁ, ଓଡିଶା ରାଜସ୍ଵ ଅମଲା ସଂଘର ସଭାପତି ତ୍ରିପତି ବାଲାଜୀ ସାହୁ,ଜିଲ୍ଲା ସୂଚନା ଏବଂ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ,ଜିଲ୍ଲା ସଂସ୍କୃତି ଅଧିକାରୀ ଘାସି ହରିଜନ,ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ଜିଲ୍ଲା ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର ଅଧିକାରୀ ବିଶ୍ଵ ରଞ୍ଜନ ଭୁକ୍ତା, ନରେନ୍ଦ୍ର ସାହୁ,ପାର୍ବତୀ ନାୟକ, ଦାନବୀର ଜଗତ, ପ୍ରଫୁଲ୍ଲ ପାତ୍ର,ସୁରେଶ ପଟନାୟକ, ତ୍ରିଲୋଚନ ନାୟକ, ବିଜଯ ସାହୁ ଙ୍କ ସହିତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।ଏହି ଅବସରରେ ଜିଲ୍ଲାପାଳ ଡଃ ମିଶ୍ରଙ୍କ ଉପସ୍ଥିତିରେ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନେଇ ଆମ ପରିବେଶ ସ୍ଵଚ୍ଛ ପରିବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା

 

ନବରଙ୍ଗପୁର ରୁ ପଙ୍କଜ ଚନ୍ଦ୍ର ନାୟକ ଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *