ମହିଳା ପୋଲିସ ଏସ୍ଆଇ ଙ୍କ ଆତ୍ମହତ୍ୟା

ମହିଳା ପୋଲିସ ଏସ୍ଆଇ ଙ୍କ ଆତ୍ମହତ୍ୟା

ଫୋକସ ପ୍ଲସ(ବାଲିଗୁଡ଼ା)୨୭/୦୮/୨୦୨୨: ମହିଳା ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ ରହିଛି |ମହିଳା ପୋଲିସ ଏସ୍ଆଇ ସ୍ଵାଗତିକା ବେହେରା ଙ୍କ ଆତ୍ମହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା ରେ । ଆଜି ସକାଳେ ଜି .ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରା ରହୁଥିବା ସରକାରୀ ବାସଭବନରେ ନିଜ ବେକରେ ଓଢ଼ଣୀ ଲଗେଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବରପାଇ ଘଟଣାସ୍ଥଳରେ ଆଇଆଇସି ରେବତୀ ଶବର,ଏସଡିପିଓ ଡି.ତିରୁପତି ରାଓ ପଟ୍ଟନାୟକ ଏବଂ ଅନ୍ୟ ପୋଲିସ୍ କର୍ମଚାରୀ ପହଞ୍ଚି ଝୁଲନ୍ତା ଅବସ୍ଥାରେ ମୃତ ମହିଳା ଏସ୍ଆଇଙ୍କ ଶବ ଉଦ୍ଧାର କରିବା ସହ ବ୍ୟବଛେଦ ନିମନ୍ତେ ଘୁ.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି ନଥିବାବେଳେ କେଉଁ କାରଣରୁ ମହିଳା ପୋଲିସ୍ ଏସ୍ଆଇ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲେ ତାହା ସନ୍ଦେହ ଘେରରେ ରହିଛି । ଅନ୍ୟପଟେ ମହିଳା ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ମୃତ ଏସ. ଆଇ ଖୋର୍ଦ୍ଧା ଜିଲ୍ଲା ର ନିରାକାରପୁର ବୋଲି ସୂଚନା ରହିଛି ! ପରିବାର ଲୋକେ ଜି. ଉଦୟଗିରି ପହଞ୍ଚିଲେ ଶବ ବ୍ୟବଚ୍ଛେଦ ହେବ ଏବଂ ଦୁର୍ଘଟଣା ର କାରଣ ପଦାକୁ ଆସିବ ! ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ସାଧାରଣ ରେ ଚର୍ଚ୍ଚା ହେଉଛି |

ବାଲିଗୁଡ଼ାରୁ ବନବାସୀ ପ୍ରଧାନଙ୍କ ରିପୋର୍ଟ ଫୋକସ ପ୍ଲସ |

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *