ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ

ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ

ଫୋକସ ପ୍ଲସ(କାମାକ୍ଷାନଗର): ଦଣ୍ଡ ମୁକ୍ତ ଅଞ୍ଚଳରେ ଲୁହା ରଡ଼ରେ ପିଟି ଦଣ୍ଡ ଦେଲେ ପ୍ରଧାନ ଶିକ୍ଷୟିତ୍ରୀ ଦିଦି । ଏଭିଳି ସଙ୍ଗିନ ଅଭିଯୋଗ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ପୁରୁଣାରେକୁଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପଲତା ଶତପଥୀଙ୍କ ବିରୋଧରେ ଆସିଛି । ଦିଦି ପୁଷ୍ପଲତା ଏକ ଲୁହା ରଡ଼ରେ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନେ ଦୀର୍ଘ ସମୟ ଧରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଦ୍ୟାଳୟରେ ଘେରିଥିଲେ । ତୁରନ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ପାଇଁ ସେମାନେ ଦାବି କରିଥିଲେ । ଏ ନେଇ କାମାକ୍ଷାନଗର ବ୍ଲକ ଏବିଓ ପୁରୁଣାରେକୁଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ବୁଝା ସୁଝା କରିବା ସହ ଘଟଣାଟିର ତଦନ୍ତ କରାଯାଇ ଆକ୍ସନ ନେବାକୁ ସେ ପ୍ରତିଶ୍ରୁତି ଦେଇଥିଲେ । ଏବିଓଙ୍କ ପ୍ରତିଶ୍ରୁତି ପରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଆନ୍ଦୋଳନରୁ ଓହରିଥିଲେ ।

କାମାକ୍ଷାନଗରରୁ ସମଦର୍ଶୀ ଦାସଙ୍କ ରିପୋର୍ଟ

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *