ଆଜିଠୁ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ଆଜିଠୁ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ଫୋକସ ପ୍ଲସ 23/4/23(ବ୍ୟୁରୋ): ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ | ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରଥ ଅନୁକୂଳ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହେବ ଅପରାହ୍ନ ୪ଟାରେ । ଶ୍ରୀମନ୍ଦିରରୁ ଶ୍ରୀଜିଉଙ୍କ ଆଜ୍ଞାମାଳ ଚନ୍ଦନ ଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ବିଜେ ହେବେ । ତିନି ଜଣ ପୂଜାପଣ୍ଡା ସାମନ୍ତ ଆଣିବେ ୩ଟି ଆଜ୍ଞାମାଳ । ମୁଖ୍ୟ ବିଶ୍ୱକର୍ମା ରୂପକାର, କମାର, ଚିତ୍ରକର, ଭୋଇ, ଅମୀନ ସେବକମାନେ ଉପସ୍ଥିତ ଥିବେ ।
ପ୍ରମୁଖ ନିର୍ମାଣକାରୀଙ୍କ ମସ୍ତକରେ ଶାଢିବନ୍ଧା ନୀତି ହେବ । ଏହାପରେ ଯଥାବିଧି ପୂଜାର୍ଚ୍ଚନା ସରି ବିଶ୍ୱକର୍ମାମାନେ ନୂତନ କୁରାଢ଼ିରେ ରଥ ନିର୍ମାଣ ଅନୁକୂଳ କରିବେ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ ହୋଇଥାଏ କୁରାଢ଼ି । ତିନି ରଥର ମୁଖ୍ୟ ବିଶ୍ୱକର୍ମା ନୂତନ ଲୌହ କୁରାଢ଼ିକୁ ରଥତ୍ରୟର ତିନି କାଠଖଣ୍ଡକୁ ସ୍ପର୍ଶ କରି ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ନିର୍ମାଣାର୍ଥେ ପ୍ରାର୍ଥନା କରିବେ । ପରଦିନ ଠାରୁ ଶ୍ରୀନହର ସମ୍ମୁଖ ଚାଳିରେ ତିନି ରଥ ତିଆରିର ଶୁଭାରମ୍ଭ ହେବ ।

Related post

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ଭାଜପାର କଟକ ସାଂସଦ ପ୍ରାର୍ଥୀ ଭର୍ତୁହରୀ।

କଟକ୦୮/୦୪/୨୦୨୪; ଏବେ ମଧ୍ୟ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଜାରି ରହିଥିବା ବେଳେ ଗତ କିଛି ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଥିବା ବିଜେପି ର କଟକ…
୧୭ ମିନିଟରେ ନିଆରା ବାହାଘର |

୧୭ ମିନିଟରେ ନିଆରା ବାହାଘର |

ସୁନ୍ଦରଗଡ଼୦୮/୦୪/୨୦୨୪; ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରାନିବନ୍ଧ ଠାରେ ଦେଖିବାକୁ ମିଳିଛି ନିଆରା ଢଙ୍ଗରେ ବାହାଘର, ସାଧାରଣତଃ ଆପଣମାନେ ଦେଖିଥିବେ ବରଯାତ୍ରୀ ନେଇ ବାଜା ବାଣ ରୋଷଣି ରେ ବର…
ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ଆସୁଛି କାଳବୈଶାଖୀ ଜବର,୪ ଦିନ ବର୍ଷିବ |

ପାଣିପାଗ ୦୮/୦୪/୨୦୨୪; ଆସୁଛି ବଡ ବର୍ଷା | ୪ ଦିନ ବର୍ଷିବ | ଏହି ସବୁ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ | ପାଣିପାଗ ବିଭାଗ ଅନୁଯାୟୀ, ଅରୁଣାଚଳ…

Leave a Reply

Your email address will not be published. Required fields are marked *