ରାଜ୍ୟରେ ୮,୫୨୦ କରୋନା ପଜିଟିଭ ଚିହ୍ନଟ: ୧୮ ବର୍ଷରୁ କମ୍ ବର୍ଗର ୯୩୭ ଜଣ ସଂକ୍ରମିତ

ରାଜ୍ୟରେ ୮,୫୨୦ କରୋନା ପଜିଟିଭ ଚିହ୍ନଟ: ୧୮ ବର୍ଷରୁ କମ୍ ବର୍ଗର ୯୩୭ ଜଣ ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୫୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୯୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୬୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪୨ ଜଣ, ବାଲେଶ୍ୱରରୁ ୩୪୬ ଜଣ, ବରଗଡ଼ରୁ ୧୪୧ ଜଣ, ଭଦ୍ରକରୁ ୧୧୨ ଜଣ, ବଲାଙ୍ଗୀରରୁ ୨୧୭ ଜଣ, ବୌଦ୍ଧ ଜିଲ୍ଲାରୁ ୮୬, କଟକରୁ ୭୮୯ ଜଣ, ଦେବଗଡ଼ରୁ ୭୫ ଜଣ, ଢେଙ୍କାନାଳରୁ ୯୦ ଜଣ, ଗଜପତିରୁ ୯୮, ଗଞ୍ଜାମରୁ ୮୮ ଜଣ, ଜଗତସିଂହପୁରରୁ ୧୬୫ ଜଣ, ଯାଜପୁରରୁ ୨୫୩ ଜଣ, ଝାରସୁଗୁଡ଼ାରୁ ୧୧୮ ଜଣ, କଳାହାଣ୍ଡିରୁ ୨୨୬ ଜଣ, କନ୍ଧମାଳରୁ ୧୦୦ ଜଣ, କେନ୍ଦ୍ରାପଡ଼ାରୁ ୧୩୪ ଜଣ, କେଉଁଝରରୁ ୧୨୬ ଜଣ, ଖୋର୍ଦ୍ଧାରୁ ୨୨୬୨ ଜଣ, କୋରାପୁଟରୁ ୧୫୭ ଜଣ, ମାଲକାନଗିରିରୁ ୫୮ ଜଣ, ମୟୁରଭଞ୍ଜରୁ ୧୮୦ ଜଣ, ନବରଙ୍ଗପୁରରୁ ୧୯୨, ନୟାଗଡ଼ରୁ ୨୧୬ ଜଣ, ନୂଆପଡ଼ାରୁ ୧୯୭ ଜଣ, ପୁରୀରୁ ୧୪୯ ଜଣ, ରାୟଗଡ଼ାରୁ ୧୮୭ ଜଣ, ସମ୍ୱଲପୁରରୁ ୧୨୭ ଜଣ, ସୋନପୁରରୁ ୮୯, ସୁନ୍ଦରଗଡ଼ରୁ ୯୩୨ ଜଣ ଓ ଷ୍ଟେଟ ପୁଲରୁ ୪୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୯୬,୧୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧,୧୦, ୭୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୫, ୩୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତକାଲି ୮,୮୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୨୧ ତାରିଖରେ ୯,୮୩୩, ଜାନୁଆରି ୨୦ ତାରିଖରେ ୧୦,୩୬୮ଜଣ, ଜାନୁଆରି ୧୯ ତାରିଖରେ ୧୧,୬୦୭ ଜଣ, ଜାନୁଆରି ୧୮ରେ ୧୧,୦୮୬, ଜାନୁଆରି ୧୭ରେ ୧୦,୪୮୯, ୧୬ ତାରିଖରେ ୧୧,୧୭୭, ୧୫ ତାରିଖରେ ୧୦,୮୫୬, ଜାନୁଆରି ୧୪ରେ ୧୦,୨୭୩ , ଜାନୁଆରି ୧୩ରେ ୧୦,୦୫୯ ଜଣ, ଜାନୁଆରି ୧୨ରେ ୮୭୭୮, ୧୧ରେ ୭୦୭୧, ୧୦ରେ ୪୮୨୯, ଜାନୁଆରି ୯ ତାରିଖରେ ୪୭୧୪ ଜଣ , ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ , ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।

Related post

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ l

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ l

ଫୋକସ ପ୍ଲସ 29/11/22 (ପାଲଲହଡା):ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ ଖମାର ହସ୍ପିଟାଲ ଭର୍ତ୍ତି lପାଲଲହଡା ଉପଖଣ୍ଡ ରଜଡ଼ଙ୍ଗ ପଞ୍ଚାୟତ ରଜଡଙ୍ଗ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ…
ଯୁବକ ଙ୍କୁ ନିର୍ମମ ହତ୍ୟା

ଯୁବକ ଙ୍କୁ ନିର୍ମମ ହତ୍ୟା

ଫୋକସ ପ୍ଲସ 29/11/22 (କୋକସରା): କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁରେ ଜଣେ ଯୁବକ ଙ୍କୁ ନିର୍ମମ ହତ୍ୟା ଅଭିଯୋଗ ପରେ କୋକସରା ପୁଲିସ ଘଟଣା…
ଔଷଧ ପୋଡ଼ି ଦେଲେ ଶିକ୍ଷା ବିଭାଗ କର୍ମଚାରୀ।

ଔଷଧ ପୋଡ଼ି ଦେଲେ ଶିକ୍ଷା ବିଭାଗ କର୍ମଚାରୀ।

ଫୋକସ ପ୍ଲସ 29/11/22 ( ଜଗତସିଂହପୁର): ଛାତ୍ରଛାତ୍ରୀ ମାନଙ୍କ ଶାରୀରିକ ବିକାଶ ପାଇଁ ବିଦ୍ୟାଳୟ ମାନଙ୍କୁ ଭିଟାମିନ ଔଷଧ ପ୍ରଦାନ କରିଛନ୍ତି।ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଔଷଧ…

Leave a Reply

Your email address will not be published.