ପୌର ନିର୍ବାଚନ ସଂରକ୍ଷଣ ପାଇଁ ପ୍ରକାଶ ପାଇଲା ତାଲିକା : ପୌର ନିର୍ବାଚନ ପାଇଁ ଫିଟିଲା ବାଟ

 

ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଗଲା ତାଲିକା । ଭୁବନେଶ୍ୱର ଓ ବ୍ରହ୍ମପୁର ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଅନ୍ୟପଟେ କଟକ ମେୟର ଆସନ ଅଣ-ସଂରକ୍ଷିତ ରହିଛି ।ଏହା ସହ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ପାଇଁ ଚୂଡ଼ାନ୍ତ ୱାର୍ଡ ସୀମା ନିର୍ଦ୍ଧାରଣ ହୋଇଛି । ସୀମା ନିର୍ଦ୍ଧାରଣ ସହ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ବ୍ରହ୍ମପୁରର ମୋଟ ୪୨ଟି ୱାର୍ଡରୁ ୩୨ଟି ୱାର୍ଡ ସଂରକ୍ଷିତ । ସେହିପରି କଟକରେ ୫୯ଟି ୱାର୍ଡରୁ ୩୩ଟି ୱାର୍ଡ ସଂରକ୍ଷିତ । ଏହା ସହିତ ଭୁବନେଶ୍ୱରର ୬୭ଟି ୱାର୍ଡରୁ ୩୮ଟି ସଂରକ୍ଷିତ ନେଇ ତାଲିକା ପ୍ରକାଶ ପାଇଛି ।

ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ସବୁ ମ୍ୟୁନିସିପାଲ କମିସନର ଓ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲେ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ । ୨୦୧୧ ଜନଗଣନା ଅନୁଯାୟୀ ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ହୋଇଛି । ୫ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ସୀମା ପୁନଃ ନିର୍ଦ୍ଧାରଣ ହୋଇଛି । ଅଣସୂଚିତ ଅଞ୍ଚଳରେ ରହିବନି ଓବିସି ସଂରକ୍ଷଣ ।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *