ଆସନ୍ତା କାଲି ପ୍ରବଳ ବର୍ଷା: ଏସବୁ ଜ଼ିଲ୍ଲା ପାଇଁ ବିପଦ

ଆସନ୍ତା କାଲି ପ୍ରବଳ ବର୍ଷା: ଏସବୁ ଜ଼ିଲ୍ଲା ପାଇଁ ବିପଦ

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷ ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ଏବଂ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି ଯେ ପୂର୍ବ ଆକଳନ ଅନୁଯାୟୀ ଫେବ୍ରୁଆରି ୪ ଓ ୫ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଶୁକ୍ରବାର ସକାଳୁ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା, କେନ୍ଦ୍ରାପଡ଼ା, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ରେ ସ୍ବଳ୍ପରୁ ମଧ୍ୟମ, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ପୁରୀ ଓ ଢେଙ୍କାନାଳରେ ସ୍ବଳ୍ପ ଏବଂ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ବିକ୍ଷିପ୍ତ ହାଲୁକା ବର୍ଷା ହୋଇପାରେ ।

Related post

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି ବିଶେଷ, ଜାଣନ୍ତୁ କାହା କାହା ଦିଆଯାଇଛି ନିମନ୍ତ୍ରଣ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି…

ଉତ୍ତର ପ୍ରଦେଶ: ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ହେବ । ଏଥିପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ପଠାଯାଉଛି । ଏହି ଉତ୍ସବର…
ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ରାୟଗଡ଼ା: ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି, ହେଲପର୍ କୁ କିଛି ମିଳିଲା ନାଇଁ ସେଥିପାଇଁ ସିଧା ସିଧା ବଖାଣିଲେ ଦିଦିଙ୍କ ଭିତିରି କଥା ଏ…
ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7 ଟି ମାମଲା ମିଳିଲା କି?

ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7…

ଭାରତରେ ଚାଇନା ନିମୋନିଆ07/12(ଫୋକସ ପ୍ଲସ); ଚାଇନାରେ ବ୍ୟାପିଥିବା ରହସ୍ୟମୟ ନିମୋନିଆକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଛି। ମାଇକୋପ୍ଲାଜମା ନିମୋନିଆରେ ପୀଡିତ ପିଲାମାନଙ୍କ ସହିତ ଚାଇନାର ଡାକ୍ତରଖାନାଗୁଡ଼ିକ ଭରି…

Leave a Reply

Your email address will not be published. Required fields are marked *