ବିପୁଳ ପରିମାଣର ଦେଶୀ ମଦ ଓ ଗୁଡ଼ ପୋଚ ଜବତ । ୦୩ ଗିରଫ ।

ବିପୁଳ ପରିମାଣର ଦେଶୀ ମଦ ଓ ଗୁଡ଼ ପୋଚ ଜବତ । ୦୩ ଗିରଫ ।

ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବଳ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଧୁଷୁରୀ ଥାନା ଅନ୍ତର୍ଗତ ମଙ୍ଗଳପୁର ଗ୍ରାମ ଅଞ୍ଚଳରେ ଥିବା କପାଳି ନଦୀକୂଳରେ ଚାଲିଥିବା ବେଆଇନ ଦେଶୀ ମଦ ପ୍ରସ୍ତୁତି କାରଖାନା ଉପରେ ଚଢ଼ାଉ କରାଯାଇ ୫୦ ଲିଟର ଦେଶୀ ରନ୍ଧା ଓ ୧୦୨୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ଧୁଷୁରୀ ଥାନା ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ଶଙ୍କର୍ଷଣ ମଳିକ ଓ ଅର୍ଜୁନ ମଳିକଙ୍କୁ ଗିରଫ କରାଯାଇଛି ।

ସେହିପରି ଧୁଷୁରୀ ଥାନା ଅନ୍ତର୍ଗତ କୋରୁଆ ଗ୍ରାମରେ ଚଢ଼ାଉ କରାଯାଇ ୬୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହିତ କୋରୁଆ ଗ୍ରାମର ଶ୍ରୀକାନ୍ତ ଦାସ ଓରଫ ରୁଗା ଙ୍କୁ ଗିରଫ କରାଯାଇଛି । ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଉକ୍ତ ଚଢ଼ାଉରେ ମୋଟ ୧୧୦ ଲିଟର ଦେଶୀ ରନ୍ଧା ଓ ୧୦୨୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ମୋଟ ୦୩ ଜଣଙ୍କୁ ଗିରଫ କରାଯାଇଛି । ଜବତ ହୋଇଥିବା ଦେଶୀ ରନ୍ଧା ମଦ ଓ ଗୁଡ଼ ପୋଚର ଆନୁମାନିକ ମୂଲ୍ୟ ୦୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ ଓ ନନ୍ଦୁ ନାୟକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ସନ୍ଧ୍ୟାରାଣୀ ସେନାପତି, ଜେନାମଣି ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି। ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜୋରଦାର କରାଯାଉଛି । ଭଦ୍ରକରୁ ଅସିତ ରଞ୍ଜନ ଓଝା।

Related post

ପୂର୍ବ ବଚସାକୁ ନେଇ ଆକ୍ରମଣ

ପୂର୍ବ ବଚସାକୁ ନେଇ ଆକ୍ରମଣ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଧ୍ୟକ୍ଷା ସ୍ବାମୀ ଘରେ ପଶି ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।…
ଗିରଫ ହେଲେ ରସିକିଆ ଶିକ୍ଷକ

ଗିରଫ ହେଲେ ରସିକିଆ ଶିକ୍ଷକ

ଫୋକସ ପ୍ଲସ 31/3/23(ଆନନ୍ଦପୁର): ଜଣେ ପ୍ରଧାନ ଶିକ୍ଷକ ଅଫିସକୁ ଡାକି ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଗ୍ରାମବାସୀ ସଂପୃକ୍ତ ପ୍ରଧାନ ଶିକ୍ଷକ ଓ ସ୍କୁଲ ଘେରାଉ କରିଛନ୍ତି।ଏନେଇ ଶିକ୍ଷକ…
ମଲା ଲୋକଙ୍କ ନାଁରେ ଉଠୁଛି ରାସନ ସାମଗ୍ରୀ

ମଲା ଲୋକଙ୍କ ନାଁରେ ଉଠୁଛି ରାସନ ସାମଗ୍ରୀ

ଫୋକସ ପ୍ଲସ 31/3/23(ହାଟଡିହି): ଭୂତ ଖାଉଛି ପିଡ଼ିଏସ ସାମଗ୍ରୀ।ହିତାଧିକାରୀଙ୍କ ମୃତ୍ୟୁ ପରେ ବି ପରିବାର ଲୋକଙ୍କୁ ଅନ୍ଧାରରେ ରଖି ପିଡ଼ିଏସ ସାମଗ୍ରୀ ଉଠାଣ ହେଇଥିବା ଅଭିଯୋଗ ଆସିଛି।ପଦାରେ ପଡ଼ିଲା…

Leave a Reply

Your email address will not be published. Required fields are marked *