ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି , ସଜେଇ ହୋଇଛି ପୁରୀ ରାଜଭବନ

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି , ସଜେଇ ହୋଇଛି ପୁରୀ ରାଜଭବନ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।  ଅପରାହ୍ନ ୨ଟା ୪୫ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୩ଟା ୩୫ରେ ପୁରୀରେ ପହଞ୍ଚିବେ । ହେଲିପ୍ୟାଡରୁ ୩ଟା ୨୫ରେ ବାହାରି ୩ଟା ୪୫ରେ ରାଜଭବନରେ ପହଞ୍ଚିବେ । ସେହିପରି ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯିବେ । ସନ୍ଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି କୋବିନ୍ଦ । ତେବେ ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ଦର୍ଶନ କାର୍ଯ୍ୟକ୍ରମ ଥିବାରୁ ସିଂହଦ୍ୱାର ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି.. ଦୁଇଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଆସି ରାଜଭବନରେ ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି । ସର୍କିଟ ହାଉସ୍ ଓ ପାନ୍ଥନିବାସରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି ..ସୁରକ୍ଷା ଦୃଷ୍ଟିରୁ ୪୦ ପ୍ଲାଟୁନ ଫୋର୍ସ ଓ ୨ ଶହ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତକୁ ନେଇ ହେଲିପ୍ୟାଡଠାରୁ ଆରମ୍ଭ କରି ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡିଂ କରାଯାଇଛି । ବ୍ଲୁ-ବକ୍ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଇଁ ସଜେଇ ହୋଇଛି ପୁରୀ ରାଜଭବନ ।।

 

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *