କାଳବୈଶାଖୀ: ୧୦ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

କାଳବୈଶାଖୀ: ୧୦ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୫ ତାରିଖ (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀ ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି ସତର୍କ ସୂଚନାରେ କୁହାଯାଇଛି।

ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୨୬ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ତେବେ, ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକକୁ ଫେରି ଆସି ଥିବାରୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ।

Related post

ଭିଜିଲାନ୍ସ ଜାଲରେ ଜଳଛାୟା ପ୍ରକଳ୍ପ ସହାୟକ ନିର୍ବାହୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଜଳଛାୟା ପ୍ରକଳ୍ପ ସହାୟକ ନିର୍ବାହୀ ଯନ୍ତ୍ରୀ

ଫୋକସ ପ୍ଲସ 26/5/22( ବାଲିଗୁଡ଼ା): ସରକାରୀ ବାବୁଙ୍କ ଲାଞ୍ଚ ନିଶା । ମହଙ୍ଗା ପଡ଼ିଲା ୫୦ ହଜାର ଟଙ୍କା ଲାଞ୍ଚ । ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ…
ଅଧାରୁ ବନ୍ଦ ହେଲା କୋଦଳା ଏନଏସି ବୈଠକ

ଅଧାରୁ ବନ୍ଦ ହେଲା କୋଦଳା ଏନଏସି ବୈଠକ

ଫୋକସ ପ୍ଲସ 26/5/22( କୋଦଳା): ଜଣେ କାଉନସିଲରଙ୍କ ଭିତ୍ତିହୀନ ଯୁକ୍ତି ଯୋଗୁଁ ଆଜି କୋଦଳା ଏନଏସି ବୈଠକ ଅଧାରୁ ବନ୍ଦ ହୋଇଯାଇଛି। ସୂଚନା ଅନୁସାରେ ୭ ଦିନ ପୂର୍ବରୁ…
ବିସ୍ଫୋରଣରେ ଥରିଲା ଆଫଗାନିସ୍ତାନ

ବିସ୍ଫୋରଣରେ ଥରିଲା ଆଫଗାନିସ୍ତାନ

ଫୋକସ ପ୍ଲସ 26/5/22( ଆଫଗାନିସ୍ଥାନ): ବିସ୍ଫୋରଣରେ ଥରିଲା ଆଫଗାନିସ୍ତାନ । ଆଫଗାନିସ୍ତାନର ଉତ୍ତରାଞ୍ଚଳରେ ଥିବା ମଜାର୍-ଇ-ସରିଫ୍‌ ସହରରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏଠାରେ ତିନୋଟି ପୃଥକ ପୃଥକ…

Leave a Reply

Your email address will not be published.