ଅନେକ ବାଦ-ବିବାଦ ପରେ ଆଜି ରିଲିଜ୍ ହେବ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’

ଅନେକ ବାଦ-ବିବାଦ ପରେ ଆଜି ରିଲିଜ୍ ହେବ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’


ଅନେକ ବାଦ ବିବାଦ ପରେ ଆଜି ରିଲିଜ୍ ହେବ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ ।ଅପେକ୍ଷାର ଘଟିବ ଅନ୍ତ। ଫିଲ୍ମକୁ ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି । ତେବେ ବିବାଦ ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଫିଲ୍ମର ନାଁ ବଦଳିବନି ଏବଂ ଏହାର ରିଲିଜ ତାରିଖ ମଧ୍ୟ ଘୁଞ୍ଚିବନି ବୋଲି ସୁପ୍ରିମକୋର୍ଟ କହିଥିଲେ । ତେବେ ଏହି ଫିଲ୍ମରେ ଗଙ୍ଗୁବାଇଙ୍କୁ ଦେହଜୀବୀ ଦର୍ଶାଯାଇଥିବା ଅଭିଯୋଗ କରି ତାଙ୍କ ପୌଷ୍ୟ ପୁତ୍ର ରାବଜୀ ଶାହା କୋର୍ଟର ଦ୍ୱାରସ୍ଥ ହୋଇଥିରେ । ଏହା ପରେ ଫିଲ୍ମର ରିଲିଜ ତାରିଖକୁ ନେଇ ଆଶଙ୍କା ଉପୁଜିଥିଲା । ତେବେ ଶେଷ ମୁହୂର୍ତ୍ତରେ ଫିଲ୍ମର ଟାଇଟଲ ବଦଳାଇବା ସମ୍ଭବ ନୁହେଁ ବୋଲି କୋର୍ଟଙ୍କୁ ଜଣାଇଥିଲେ ଫିଲ୍ମ ନିର୍ମାତା । ଏହା ପରେ ସୁପ୍ରିମକୋର୍ଟ ବିଚାରପତି ଏହି ଗଙ୍ଗୁବାଇଙ୍କ ପୋଷ୍ୟ ପୁତ୍ର ଆଣିଥିବା ଅଭିଯୋଗକୁ ଖାରଜ କରିବା ସହ ଫିଲ୍ମ ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି । ଫିଲ୍ମରେ ଗଙ୍ଗୁବାଇଙ୍କୁ ଫଟୋ ଏବଂ ତାଙ୍କ ଚରିତ୍ରକୁ ନେଇ କୌଣସି ପ୍ରକାରର ଅପମାନିତ କରାଯାଇନଥିବା ସେ କହିଥିଲେ । ଅଭିଯୋଗକାରୀ ଫିଲ୍ମ ନ ଦେଖି ଏଭଳି ଦାବି ଉଠାଇବା ଭୁଲ ବୋଲି ସଞ୍ଜୟଲୀଲା ଭଂସାଲି ପ୍ରଡକ୍ସନର ଓକିଲ କହିଥିଲେ ।

Related post

ସୁଧାଂଶୁ ରାଉତଙ୍କୁ ଜେଲ କାହିଁକି?

ସୁଧାଂଶୁ ରାଉତଙ୍କୁ ଜେଲ କାହିଁକି?

ଫୋକସ ପ୍ଲସ 28/3/23(ବ୍ୟୁରୋ): ବିଭିନ୍ନ ସମୟରେ ଗଣମାଧ୍ୟମ ରେ ନିଜର ସ୍ୱର କୁ ଶାଣିତ କରି ଅନେକ ଜୀବନ ଜୀବିକା କୁ ବସାଇ ପାରିଥିବା ଫୋକସ ପ୍ଲସ ମୁଖ୍ୟ…
ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ

ଦାଦନର ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ

ଫୋକସ ପ୍ଲସ 28/3/23(ବ୍ୟୁରୋ): ଦାଦନ ର ମୃତଦେହ ରଖି ଜାତୀୟ ରାଜପଥ ୨୬ ଅବରୋଧ।ତାମିଲନାଡୁ ରାଜ୍ୟର କୋଏମ୍ବାଟୁର ରେ ଦାଦନ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ର ୩…
ଖୋଲା କୂପ ବଞ୍ଚାଇଛି 40 ବର୍ଷର ଜୀବନ ଯାତ୍ରା

ଖୋଲା କୂପ ବଞ୍ଚାଇଛି 40 ବର୍ଷର ଜୀବନ ଯାତ୍ରା

ଫୋକସ ପ୍ଲସ 28/3/23(ବ୍ୟୁରୋ): ଖରାଦିନରେ ଅନେକ ଜାଗାରେ ଦେଖିବାକୁ ମିଳିଥାଏ ଜଳ ର ସଙ୍କଟ | ମଣିଷ ଠୁ ପଶୁ ପକ୍ଷୀ ମଧ୍ୟ ଜଳ ପାଇଁ ଆଉଟ ପାଉଟୁ…

Leave a Reply

Your email address will not be published. Required fields are marked *