ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ।

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ।

ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ ପରଲୋକ । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ସୃଷ୍ଟି ହୋଇଛି।
କିଛିଦିନ ପୂର୍ବରୁ ହେମାନନ୍ଦ ତାଙ୍କର ନିଜ ଗାଁ ଝାରସୁଗୁଡ଼ା ଜିଲ୍ଲାର ଠାକୁରପଡ଼ାକୁ ଯାଇଥିଲେ । ସେଠାରେ ସେ ପ୍ରାତଃ ଭ୍ରମଣ କରୁଥିଲା ବେଳେ ହଠାତ୍ ତଳେ ପଡ଼ିଯାଇଥିଲେ । ଏହାପରେ ତାଙ୍କୁ ସଙ୍ଗେସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରବର୍ତ୍ତୀ ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ ହେଁ ତାଙ୍କୁ ଜ୍ୱର ହୋଇଥିଲା ଓ ସେ ଅତ୍ୟନ୍ତ ଦୁର୍ବଳ ଅନୁଭବ କରିଥିଲେ । ତେବେ ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା । ହେମାନନ୍ଦ ଚିକିତ୍ସାଧୀନ ରହିଥିବା ତାଙ୍କ ପରିବାର ପକ୍ଷରୁ ଜଣାପଡ଼ିଥିଲା
ସୂଚନାଯୋଗ୍ୟ ଯେ, ହେମାନନ୍ଦ ଓଡ଼ିଶାର ଦୁଇଥର ମୁଖ୍ୟମନ୍ତ୍ରୀ ଦ୍ୱାୟିତ୍ୱ ସମ୍ଭାଳିଥିଲେ । ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମସିହା ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଓ ୧୯୯୯ ମସିହା ଡିସେମ୍ବର ମାସ ୬ରୁ ୨୦୦୦ ମସିହା ମାର୍ଚ୍ଚ ମାସ ୫ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ । ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ସୁନ୍ଦରଗଡ଼ ସାଂସଦ ରହିଥିଲେ । ସେ ହେଉଛନ୍ତି ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ । ଏହାସହ ସେ ୬ ଥର ବିଧାୟକ ନିର୍ବାଚିତ ହୋଇ ଓଡିଶା ବିଧାନସଭା ଯାଇଥିବା ବେଳେ ଥରେ ସାଂସଦ ନିର୍ବାଚିତ ହୋଇଥିଲେ। ଭୁବନେଶ୍ୱର ରୁ ମଧୁସୂଦନ ମିଶ୍ରଙ୍କ ରିପୋର୍ଟ ।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *