ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର, ହସ୍ପିଟାଲରେ ଭର୍ତ୍ତି I

ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର, ହସ୍ପିଟାଲରେ ଭର୍ତ୍ତି I

ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇପଡିଛନ୍ତି। ବର୍ତ୍ତମାନ ଚିଲିକା ବିଧାୟକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି।

ସୂଚନା ଅନୁଯାୟୀ, ଆଜି ବାଣପୁରରେ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଥିବାରୁ ବିଜେପିର କର୍ମୀମାନେ ଏକ ବଡ ଶୋଭାଯାତ୍ରା କରୁଥିଲେ। ବିଜେପିର ହଜାର ହଜାର କର୍ମୀ ସମ୍ମୁଖରେ ପହଞ୍ଚିଥିବା ବେଳେ ଅନୁରୂପ ଭାବେ ଚିଲିକା ବିଧାୟକ ସେହି ଶୋଭାଯାତ୍ରା ମଧ୍ୟରେ ପ୍ରବେଶ କରିବାକୁ ପ୍ରୟାସ କରୁଥିଲେ। ଏପରିକି କର୍ମୀ ରାସ୍ତା ନଛାଡିବାରୁ ବିଧାୟକଙ୍କ ନିଜ ଗାଡିକୁ ଜୋରରେ ଗଡେଇଦେଇଥିଲେ। ଫଳରେ ବାଣପୁର ଆଇଆଇସିଙ୍କ ସମେତ ବହୁ ବିଜେପି ମହିଳା କର୍ମୀଙ୍କ ଗୋଡ଼ ଭାଙ୍ଗିଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କ ସହ ଧକ୍କା ହେବା ପରେ ୪ରୁ ୫ ଜଣ ମହିଳା ଆହତ ହୋଇଥିଲେ। ଏଥିରେ କିଛି ପୋଲିସ କର୍ମୀ ମଧ୍ୟ ଆହାତ ହୋଇଥିବା ସୂଚନା ରହିଛି।

ଏହା ପରେ ଶୋଭାଯାତ୍ରାରେ ସାମିଲ ଥିବା ବିଜେପି କର୍ମୀମାନେ ଉତ୍ତ୍ୟକ୍ତ ହୋଇ ବିଧାୟକଙ୍କ ଉପରକୁ ମରାଣନ୍ତକ ଆକ୍ରମଣ କରିଥିଲେ। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହ ତାଙ୍କୁ କଦର୍ଯ୍ୟ ଭାବରେ ଆକ୍ରମଣ କରିଥିଲେ। ଯାହାଦ୍ୱାରା ବିଧୟାକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇଥିବା ଜଣାପଡିଛି।

ବର୍ତ୍ତମାନ ସେଠାରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବା ବେଳେ ଏଭଳି ଘଟଣା କାହିଁକି ଘଟିଲା, ତାହା ତଦନ୍ତ ପରେ ଜଣାପଡିବ। ଏପର୍ଯ୍ୟନ୍ତ କୌଣସି ପକ୍ଷରୁ ଥାନାରେ ଏତଲା ହୋଇନଥିବା ବେଳେ ଏହାର କାରଣ କିଛି ସ୍ପଷ୍ଟ ହୋଇନି। ଅପରପକ୍ଷେ ବାଣପୁର ଆଇଆଇସିଙ୍କ ସମେତ ବହୁ ବିଜେପି କର୍ମୀମାନେ ବାଣପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏଥିରେ ଆମ ସାମ୍ବାଦିକଙ୍କ ଗାଡ଼ି ଭାଙ୍ଗିଯାଇଥିବା ବେଳେ ତାଙ୍କ ହାତରେ ମଧ୍ୟ ଆଘାତ ଲାଗିଛି।

Related post

ଭାରତ ସମୁଦ୍ରର ସମ୍ରାଟ ହେଲା, ପୁଣିଥରେ ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ ପରିଷଦରେ ଦେଶର ପତାକା ଉତ୍ତୋଳନ କଲା |

ଭାରତ ସମୁଦ୍ରର ସମ୍ରାଟ ହେଲା, ପୁଣିଥରେ ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ ପରିଷଦରେ…

ଭାରତ02/12/2023; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ କ୍ରମାଗତ ଭାବେ ଅନ୍ତର୍ଜାତୀୟ ସ୍ତରରେ ନିଜର ପରିଚୟ ସୃଷ୍ଟି କରୁଛି | ଭାରତ ପ୍ରତି ବିଶ୍ୱର ଅନ୍ୟ ଦେଶର ବିଶ୍…
ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ମୁମ୍ବାଇ: ଅଭିନେତା ତଥା ଷ୍ଟାଣ୍ଡଅପ କମେଡିଆନ ବୀର ଦାସ ନିକଟରେ ନେଟଫ୍ଲିକ୍ସ ଷ୍ଟାଣ୍ଡଅପ ସ୍ପେଶାଲିଷ୍ଟ ଏମି ପୁରସ୍କାର ଜିତିଥିଲେ। ତାଙ୍କର ଏହି ସଫଳତା ପାଇଁ ସମସ୍ତେ ତାଙ୍କୁ ଅଭିନନ୍ଦନ…
ଚଳିତ ମାସରେ ଆକାଶରୁ ହେବ ତାରା ବର୍ଷା, ପ୍ରତି ଘଣ୍ଟାରେ ପଡ଼ିବ ୧୦୦-୧୫୦ ତାରା

ଚଳିତ ମାସରେ ଆକାଶରୁ ହେବ ତାରା ବର୍ଷା, ପ୍ରତି ଘଣ୍ଟାରେ ପଡ଼ିବ…

ନୂଆଦିଲ୍ଲୀ: ଆପଣ ନିଶ୍ଚୟ ଦେଖିଥିବେ, ଶୁଣିଥିବେ ଆକାଶରେ ପଡୁଥିବା ତାରା ବିଷୟରେ। ଯଦି ଶହ ଶହ ତାରକା ଏକାଠି ପଡ଼ିବା ଆରମ୍ଭ କରିବେ ତେବେ କ’ଣ ହେବ ଅନୁମାନ…

Leave a Reply

Your email address will not be published. Required fields are marked *