ବାଇକ୍‌କୁ ପିଟିଲା ଟ୍ରକ୍‌, ବାପ-ଝିଅ ମୃତ  ଘଟଣା :ସ୍ଥଳରେ ଢେଙ୍କାନାଳ ସାଂସଦ ଓ ପାଲଲହଡା ବିଧାୟକ

ବାଇକ୍‌କୁ ପିଟିଲା ଟ୍ରକ୍‌, ବାପ-ଝିଅ ମୃତ ଘଟଣା :ସ୍ଥଳରେ ଢେଙ୍କାନାଳ ସାଂସଦ ଓ ପାଲଲହଡା ବିଧାୟକ

ଅନୁଗୁଳ : ଅନୁଗୁଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ମୋଟରସାଇକେଲ ଉପରେ ଟ୍ରକ୍ ଚଢ଼ି ଯିବାରୁ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଖମାର ଗ୍ରାମର ସୁନୀଲ କୁମାର ସାହୁ ଏବଂ ଝିଅ ସଙ୍ଗୀତା ସାହୁ । ମୃତ ସୁନୀଲ କୁମାର ସାହୁ କଣିହାଁ ବ୍ଲକରେ ସହକାରୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରତ ଥିବାବେଳେ ଝିଅ ସଙ୍ଗୀତା ସମନ୍ୱିତ ଶିଶୁ କଲ୍ୟାଣ ବିଭାଗ ଅଧୀନରେ ସୁପରଭାଇଜର ଭାବେ କାର୍ଯ୍ୟ କରୁଥିଲେ । ସକାଳୁ ସେମାନେ ନିଜ ଘରୁ କଣିହାଁ ଅଭିମୁଖେ ମୋଟରସାଇକେଲ ( ଓଡି ୦୬ ଡି ୮୭୦୨) ଯୋଗେ ଯାଉଥିବା ବେଳେ ତାଳଚେର ପଟୁ ଆସୁଥିବା ସିଜି ୦୬ ଜିକ୍ୟୁ ୭୭୪୪ ନମ୍ବର ବିଶିଷ୍ଟ ଟ୍ରକ୍‌ଟି ଧକ୍କା ଦେଇ ତାଙ୍କ ଉପରେ ଚଢ଼ିଯାଇଥିଲା । ଫଳରେ ଘଟଣାସ୍ଥଳରେ ବାପ-ଝିଅଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟପଟେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ଜାତୀୟ ରାଜପଥ ୧୪୯କୁ ଅବରୋଧ କରାଯାଇଥିଲା ।ଖବର ପାଇ ଘଟଣା ସ୍ଥଳକୁ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ ଓ ପାଲଲହଡା ବିଧାୟକ ଶ୍ରୀ ମୁକେଶ ପାଳ ପହଂଚିଥିଲେ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ରାସ୍ତାକାମ ନିର୍ମାଣରେ ବିଳମ୍ବକୁ ନେଇ ନିକଟରେ ଢେଙ୍କାନାଳ ସାଂସଦ ମହେଶ ସାହୁ ଧାରଣା ଦେଇଥିଲେ । ସାଂସଦ ଶ୍ରୀ ସାହୁ ଯେଉଁଠି ଧାରଣା ଦେଇଥିଲେ, ସେଠାରୁ ଅଳ୍ପ ଦୂରରେ ହିଁ ଆଜି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହ ପୋଲିସ ମୁତୟନ କରାଯାଇଥିଲା ।

Related post

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି ବିଶେଷ, ଜାଣନ୍ତୁ କାହା କାହା ଦିଆଯାଇଛି ନିମନ୍ତ୍ରଣ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି…

ଉତ୍ତର ପ୍ରଦେଶ: ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ହେବ । ଏଥିପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ପଠାଯାଉଛି । ଏହି ଉତ୍ସବର…
ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ରାୟଗଡ଼ା: ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି, ହେଲପର୍ କୁ କିଛି ମିଳିଲା ନାଇଁ ସେଥିପାଇଁ ସିଧା ସିଧା ବଖାଣିଲେ ଦିଦିଙ୍କ ଭିତିରି କଥା ଏ…
ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7 ଟି ମାମଲା ମିଳିଲା କି?

ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7…

ଭାରତରେ ଚାଇନା ନିମୋନିଆ07/12(ଫୋକସ ପ୍ଲସ); ଚାଇନାରେ ବ୍ୟାପିଥିବା ରହସ୍ୟମୟ ନିମୋନିଆକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଛି। ମାଇକୋପ୍ଲାଜମା ନିମୋନିଆରେ ପୀଡିତ ପିଲାମାନଙ୍କ ସହିତ ଚାଇନାର ଡାକ୍ତରଖାନାଗୁଡ଼ିକ ଭରି…

Leave a Reply

Your email address will not be published. Required fields are marked *