ବିଜେପିର ମୌନ ସତ୍ୟାଗ୍ରହ

ବିଜେପିର ମୌନ ସତ୍ୟାଗ୍ରହ

ସାରା ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଧି ଅଭିଯୋଗ ଓ ଚିଲିକାର ବିଜେଡ଼ି ବିଧାୟକ ପ୍ରଶାନ୍ତ ଜଗଦେବ ନିଜେ ଗାଡି ଚଢେଇ ଲୋକଙ୍କୁ ମରଣାତ୍ମକ ଆକ୍ରମଣ କରିବା ପ୍ରତିବାଦରେ ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ସୋମବାର ଏକ ମୌନ ସତ୍ୟାଗ୍ରହ ଅନୁଗୁଳ ତହସିଲ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଛି । ବିଜେପି ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି ଯୋଗ ଦେଇ ରାଜ୍ୟରେ ଦୀର୍ଘ ଦିନ ବିଜେଡି ସରକାରରେ ରହିବା ପରେ କ୍ଷମତା ନିଶାରେ ଅହଙ୍କାରୀ ହୋଇଯାଇଛି ବୋଲି କହିଥିଲେ । ବିଜେଡ଼ି ନେତା ମନ୍ତ୍ରୀ ମାନେ ବିଭିନ୍ନ ସଙ୍ଗିନ ଅପରାଧିକ କାର୍ଯ୍ୟରେ ଲିପ୍ତ , ସବୁ ନେତାଙ୍କ ନାମରେ ପ୍ରାୟତଃ ଦାଗ ଲାଗିଛି , ଧର୍ଷଣ , ହତ୍ୟା , ଅଙ୍ଗ ତସକରିରେ ବିଜେଡି ମନ୍ତ୍ରୀ ମାନେ ଛନ୍ଦି ହୋଇ ପଡିଛନ୍ତି । ଦୁର୍ନୀତି କଥା ନ କହିଲେ ଭଲ , ସବୁଠି, ସବୁଆଡେ ଦୁର୍ନୀତି, ବୋଲି ପ୍ରାକ୍ତନ ସାଂସଦ ଅଭିଯୋଗ କରିଛନ୍ତି । ଚିଲିକା ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ କ୍ଷମତା ନିଶାରେ ଅହଙ୍କାରୀ ହୋଇ ସାଧାରଣ ଲୋକଙ୍କ ଉପରେ ଗାଡି ଚଢାଇ ମାରିବାକୁ ଉଦ୍ୟମ କଲେ ଯାହାକି ଓଡ଼ିଶା ଇତିହାସରେ ପ୍ରଥମ । ଏ ପରିପ୍ରେକ୍ଷୀରେ ଦୋଷୀଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀ ପାଣି ଦାବୀ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜିଲ୍ଲା ସାଧାରଣ ସମ୍ପାଦକ ସୁଦୀପ ଗଡ଼ନାୟକ, ବିଶ୍ୱଜିତ ମିଶ୍ର, ସୁନୀଲ କୁମାର ସାହୁ, ଦିଲୀପ କୁମାର ଦାସ, ନମିତା ଦଳ ବେହେରା, ସୁଷମା ବେହେରା, କଳ୍ପନା ସାହୁ, ବିଜୟ ମାଝୀ, ସରିତା ମିଶ୍ର, ମହମ୍ମଦ ସବୀର, ରାଜେଶ ଜିନ୍ଦଲ, ଗୋପାଳ ଦାସ କମଳ କାନ୍ତ ସାହୁ ଙ୍କ ସମେତ ବହୁ କାର୍ଯ୍ୟକର୍ତା ଯୋଗ ଦେଇଥିଲେ ।

 

Related post

ଭାରତ ସମୁଦ୍ରର ସମ୍ରାଟ ହେଲା, ପୁଣିଥରେ ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ ପରିଷଦରେ ଦେଶର ପତାକା ଉତ୍ତୋଳନ କଲା |

ଭାରତ ସମୁଦ୍ରର ସମ୍ରାଟ ହେଲା, ପୁଣିଥରେ ଅନ୍ତର୍ଜାତୀୟ ସାମୁଦ୍ରିକ ସଂଗଠନ ପରିଷଦରେ…

ଭାରତ02/12/2023; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ କ୍ରମାଗତ ଭାବେ ଅନ୍ତର୍ଜାତୀୟ ସ୍ତରରେ ନିଜର ପରିଚୟ ସୃଷ୍ଟି କରୁଛି | ଭାରତ ପ୍ରତି ବିଶ୍ୱର ଅନ୍ୟ ଦେଶର ବିଶ୍…
ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ପ୍ରିୟଙ୍କାକୁ ଜଣା ନାହିଁ ଇଂଲିଶ ଗ୍ରାମାର

ମୁମ୍ବାଇ: ଅଭିନେତା ତଥା ଷ୍ଟାଣ୍ଡଅପ କମେଡିଆନ ବୀର ଦାସ ନିକଟରେ ନେଟଫ୍ଲିକ୍ସ ଷ୍ଟାଣ୍ଡଅପ ସ୍ପେଶାଲିଷ୍ଟ ଏମି ପୁରସ୍କାର ଜିତିଥିଲେ। ତାଙ୍କର ଏହି ସଫଳତା ପାଇଁ ସମସ୍ତେ ତାଙ୍କୁ ଅଭିନନ୍ଦନ…
ଚଳିତ ମାସରେ ଆକାଶରୁ ହେବ ତାରା ବର୍ଷା, ପ୍ରତି ଘଣ୍ଟାରେ ପଡ଼ିବ ୧୦୦-୧୫୦ ତାରା

ଚଳିତ ମାସରେ ଆକାଶରୁ ହେବ ତାରା ବର୍ଷା, ପ୍ରତି ଘଣ୍ଟାରେ ପଡ଼ିବ…

ନୂଆଦିଲ୍ଲୀ: ଆପଣ ନିଶ୍ଚୟ ଦେଖିଥିବେ, ଶୁଣିଥିବେ ଆକାଶରେ ପଡୁଥିବା ତାରା ବିଷୟରେ। ଯଦି ଶହ ଶହ ତାରକା ଏକାଠି ପଡ଼ିବା ଆରମ୍ଭ କରିବେ ତେବେ କ’ଣ ହେବ ଅନୁମାନ…

Leave a Reply

Your email address will not be published. Required fields are marked *