ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ସରକାରୀ ଛାଟ, ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ସରକାରୀ ଛାଟ, ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ସ୍ୱରୁପ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ଅନ୍ତର୍ଭୁକ୍ତ ଥିବା ସୂଚନା ମିଳିଛି। ଅନ୍ୟପଟେ ଏପର‌୍ୟ୍ୟନ୍ତ ୧୫୮ ଅଧିକାରୀଙ୍କ ଉପରେ କାର‌୍ୟ୍ୟାନୁଷ୍ଠାନ ହୋଇଥିବା ଜଣାପଡିଛି।

ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀ ସରୋଜ କୁମାର ଦାସଙ୍କ କାର‌୍ୟ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ ଦୟାନିଧି ସାମଲଙ୍କ କାର‌୍ୟ୍ୟକଳାପ ମଧ୍ୟ ସନ୍ତୋଷଜନକ ନଥିଲା। ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର‌୍ୟ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ସେ କାର‌୍ୟ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *