ଜେଲ୍ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ।

ଜେଲ୍ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ।

ବାଣପୁର ଜେଏମ୍ଏଫସି କୋର୍ଟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି। ଗତକାଲି ଗିରଫ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।

ଗତକାଲି ବାଣପୁର୍ ସବ୍ ଜେଲ୍‌ରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପ୍ରଥମ ରାତି କାଟିଛନ୍ତି। ବିଧାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ନଥିବାରୁ ଜେଲ୍‌ରେ ବିଧାୟକଙ୍କ ସହ ଜଣେ ଆଟେଣ୍ଡାଣ୍ଟ ରହିପାରିବେ ବୋଲି ଅନୁମତି ପ୍ରଦାନ କରାଯାଇଛି। ଏହା ସହ ଜେଲର ଯଦି ଅନୁଭବ କରନ୍ତି ଯେ, ବିଧାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେଉଛି ତେବେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇପାରିବ। କୋର୍ଟରେ ବିଧାୟକଙ୍କ ଜାମିନ ଆବେଦନ ଖାରଜ ପରେ ଉପର କୋର୍ଟକୁ ଯିବା ପାଇଁ ଜଗଦ୍ଦେବଙ୍କ ଓକିଲ ସୂଚନା ଦେଇଛନ୍ତି।
ସୂଚନାଥାଉ କି, ଗତ ୧୨ ତାରିଖରେ ବାଣପୁର ବ୍ଲକ ଅଫିସ ସାମ୍ନାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଜୋରଜବରଦସ୍ତ ଭିଡ଼ ଭିତରକୁ ବିଧାୟକ ଗାଡ଼ି ନେଇଥିଲେ। ଏହାପରେ ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇ ଦେଇଥିଲେ। ଯେଉଁଥିରେ ଏକାଧିକ ବ୍ୟକ୍ତି, ପୋଲିସ୍ ଏବଂ ସାମ୍ବାଦିକ ଆହତ ହୋଇଥିଲେ।
ଘଟଣା ପରେ ଲୋକେ ପ୍ରଶାନ୍ତଙ୍କୁ ନିସ୍ତୁକ ପିଟିଥିଲେ। ଏହାପରଠୁ ସେ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଗତକାଲି ହସ୍ପିଟାଲରୁ ଡିସ୍‌ଚାର୍ଜ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *